ଓଡିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ! ସମ୍ବଲପୁରରେ କରିବେ ଜନସଭା,ସନ୍ଧ୍ୟାରେ ଭୁବନେଶ୍ୱର ବିମାନବନ୍ଦରରୁ ବରମୁଣ୍ଡା ପର୍ଯ୍ୟନ୍ତ କରିିବେ ରୋଡସୋ

150

କନକ ବ୍ୟୁରୋ : ଓଡିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଉ କିଛି ସମୟ ପରେ ସମ୍ବଲପୁର ଜିଲ୍ଲା ହୀରାକୁଦ ରୋଡ୍ ଲୋରପଙ୍କଠାରେ ବିଜୟ ସଂକଳ୍ପ ସମାବେଶରେ ଦଳୀୟ କର୍ମୀଙ୍କୁ ସମ୍ବୋଧିତ କରିବେ ମୋଦି । ଏବଂ ଅପରାହ୍ନ ୫ଟାରେ ଭୁବନେଶ୍ୱରର ବରମୁଣ୍ଡା ପଡିଆରେ ହେବାକୁ ଥିବା ଏହା ସହିତ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶାଳ ରୋଡ୍ ସୋ କରିବାର କାର୍ଯ୍ୟକ୍ରମ ରହିଛି । ମୋଦିଙ୍କ ରୋଡ୍ ସୋ ଭୁବନେଶ୍ୱର ବିମାନବନ୍ଦରରୁ ବାହାରି ଗଙ୍ଗନଗର, ଓୟୁଏଟି, ଏବଂ ଶିରିପୁର ଦେଇ ସିଟି ଓମେନ୍ସ କଲେଜ ରାସ୍ତାରୁ ବରମୁଣ୍ଡା ପଡ଼ିଆରେ ପହଂଚିବ ।

ବରମୁଣ୍ଡା ପଡ଼ିଆରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବରମୁଣ୍ଡା ପଡ଼ିଆରେ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଭୁବନେଶ୍ୱର, ପୁରୀ, କଟକ, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଲୋକସଭା ଏବଂ ବିଧାନସଭା ନିର୍ବାଚନ ମଣ୍ଡଳୀର ନେତା ଓ କର୍ମୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ବିଶେଷ କରି ଉପକୂଳ ଓଡ଼ିଶାର ଏହି ୫ଟି ଲୋକସଭା ଆସନର ବିଜେପି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ।