କନକ ବ୍ୟୁରୋ: କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାସ୍ଥଳରୁ କେନ୍ଦ୍ରସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ କଥା ହେଲେ ମୋଦୀ । ଫୋନଯୋଗେ ସେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କ ସହ ମୋଦୀ ଏ ବାବଦରେ ଆଲୋଚନା କରିଛନ୍ତି । ଆହତ ଓ ତାଙ୍କ ପରିବାରକୁ ସହାୟତା ପାଇଁ ସେ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି ।
ଏହି ଦୁର୍ଘଟଣାରେ ୨୬୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଆହତ ହୋଇଛନ୍ତି । ବିଭିନ୍ନ ଡାକ୍ତରଖାନାରେ ଆହତଙ୍କ ଚିକିତ୍ସା ଜାରିରହିଛି ।