ମୋହନ ମାଝୀ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ । ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ।

2,316

କନକ ବ୍ୟୁରୋ: କନକ ବ୍ୟୁରୋ: ଓଡିଶାକୁ ମିଳିଲା ନୂଆ ମୁଖ୍ୟମନ୍ତ୍ରୀ । ମୋହନ ମାଝୀ ହେବେ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ । ଏନେଇ ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତି ହେଇଛି । ତେବେ ଓଡିଶାରେ ପ୍ରଥମ ଥର ବିଜେପି ସରକାରକୁ ଆସିବା ପରେ, କିଏ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ହେବ ତାକୁ ନେଇ ସସପେନ୍ସ ଲାଗି ରହିଥିଲା । ଆଉ ଏବେ ଏହି ସସପେନ୍ସ ଉପରୁ ପରଦା ହଟିଛି । କେନ୍ଦୁଝର ବିଧାୟକ ମୋହନ ମାଝୀ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବେ ବୋଲି ଘୋଷଣା କରାଯାଇଛି ।