ନବୀନ ନିବାସ ଯିବେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସହ କରିବେ ସୌଜନ୍ୟମୂଳକ ସାକ୍ଷାତ । 

ନବୀନ ନିବାସ ଯିବେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସହ କରିବେ ସୌଜନ୍ୟମୂଳକ ସାକ୍ଷାତ । 

କନକ ବ୍ୟୁରୋ : ନବୀନ ନିବାସ ଯିବେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶପଥଗ୍ରହଣ ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ମୋହନ ମାଝୀ । ସୌଜନ୍ୟମୂଳକ ସାକ୍ଷାତ ପାଇଁ ମୋହନ ମାଝୀ ନବୀନ ନିବାସ ଯିବେ ବୋଲି ସୂଚନା ମିଳିଛି ।

ଆଜି ଅପରାହ୍ନ ୪ଟା ୪୫ରେ ମୋହନ ମାଝୀ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ କରିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଏବଂ ହଜାର ହଜାର ଓଡ଼ିଶାବାସୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ । ଗତକାଲି ବିଜେପିର ତୁଙ୍ଗ ନେତା ନବୀନ ନିବାସ ଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶପଥଗ୍ରହଣ ଉତ୍ସବରେ ସାମିଲ ହେବାକୁ ନିମନ୍ତ୍ରଣ ଦେଇଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe