ଆସନ୍ତା ସପ୍ତାହରେ ଓଡିଶା ଛୁଇଁବ ମୌସୁମୀ : ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା

238

କନକ ବ୍ୟୁରୋ : ଓଡ଼ିଶା ଆସିବ ମୌସୁମୀ । ଆସନ୍ତା ୪ ରୁ ୫ ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିବା ପାଇଁ ପାଗ ଧିରେ ଧିରେ ଅନୁକୂଳ ହେଉଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଗତ କିଛି ଦିନ ଧରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ସିଝିବା ପରେ ଗତକାଲି ଉପକୂଳ ଓଡ଼ିଶାରେ ପାଗ ମୁଖ୍ୟତଃ ମେଘୁଆ ରହିଥିଲା । ତେଣୁ ଆଗାମୀ ୫ ଦିନ ଯାଏ କାଳବୈଶାଖୀ ବର୍ଷାର ସମ୍ଭାବନା ଥିବାରୁ ତାପମାତ୍ରା ଅପେକ୍ଷାକୃତ କମ୍ ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।