ଆସନ୍ତା ୨୩ ତାରିଖ ବେଳକୁ ସମ୍ପୁର୍ଣ୍ଣ ଓଡିଶା ଛାଡିବ ମୌସୁମୀ

Advertisment
ଆସନ୍ତା ୨୩ ତାରିଖ ବେଳକୁ ସମ୍ପୁର୍ଣ୍ଣ ଓଡିଶା ଛାଡିବ ମୌସୁମୀ

ଓଡ଼ିଶାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତନ ପାଇଁ ପାଗ ଅନୁକୂଳ ରହିଛି। ଯଦି ସବୁ ଠିକ୍‌ ଚାଲେ ତେବେ ଆସନ୍ତା ୨୩ ତାରିଖ ବେଳକୁ ଓଡ଼ିଶାର ବାକି ଅଞ୍ଚଳରୁ ମୌସୁମୀ ସମ୍ପୂର୍ଣ୍ଣ ଓଡ଼ିଶାରୁ ପ୍ରତ୍ୟାବର୍ତନ କରିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶକ ଏଚ୍‌ ଆର ବିଶ୍ବାସ କହିଛନ୍ତି ।

କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୫ ଦିନ ପାଇଁ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଗୁରୁବାର ମଧ୍ୟାହ୍ନ ସୁଦ୍ଧା ଉପକୂଳ ଓଡ଼ିଶାର କେତେକ ସ୍ଥାନ ଓ ଅଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାପରେ ବର୍ଷା ପରିମାଣ କମିବ। ଶୁକ୍ରବାର ପୂର୍ବାହ୍ନ ସୁଦ୍ଧା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଜଗତ୍‌ସିଂହପୁର, ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ୨୨ରୁ ୨୪ ତାରିଖ ଯାଏ ପାଗ ମୁଖ୍ୟତଃ ଶୁଖିଲା ରହିବ। ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ଜିଲ୍ଲା ମାଧବରିଦାରେ ୪୮.୮ ମିମି ବର୍ଷା ହୋଇଥିବା ବେଳେ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳରେ ୪୦ ମିମି, ଜଗତ୍‌ସିଂହପୁର ଜିଲ୍ଲା ବାଲିକୁଦା ଓ ପାରାଦୀପରେ ୩୭ମିମି, ବୌଦ୍ଧ ଜିଲ୍ଲା କଣ୍ଟାମାଳରେ ୩୪ମିମି, ବାଲେଶ୍ବର ଜିଲ୍ଲା ଜଳେଶ୍ବରରେ ୩୩ ମିମି ବର୍ଷା ରେକର୍ଡ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe