ଓଡ଼ିଶା ଛୁଇଁଲା ମୌସୁମୀ : ୪୮ ଘଂଟା ଭିତରେ ସାରା ରାଜ୍ୟକୁ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

994

କନକ ବ୍ୟୁରୋ : ଓଡ଼ିଶା ଛୁଇଁଲା ମୌସୁମୀ । ୪୮ ଘଂଟା ଭିତରେ ସାରା ରାଜ୍ୟକୁ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏନେଇ ଭାରତୀୟ ପାଣିପାଗ କେନ୍ଦ୍ରର ଭୁବନେଶ୍ୱର ଶାଖା ପକ୍ଷରୁ ଟୁଇଟ୍ ଜରିଆରେ ସୂଚନା ଦିଆଯାଇଛି । ସେପଟେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଏହାର ପ୍ରଭାବରେ ଆଜିଠୁ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନାର ଆକଳନ କରାଯାଇଛି । ୧୯ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି ।

ଆଜି ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଥିବାରୁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରିଛି ଭାରତୀୟ ପାଣିପାଗ ବିଭାଗ । ଏହାକୁ ଦୃଷ୍ଟିରେ ରଖି ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ସକରାର । ବନ୍ୟା ପରିସ୍ଥିତି, ଭୂସ୍ଖଳନ ଭଳି ଆଶଙ୍କା ଥିବାରୁ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି । ଆଜି ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।