ସାରା ରାଜ୍ୟରେ ଜାରି ରହିଛି ବର୍ଷା ; ପୂର୍ବ ମଧ୍ୟପ୍ରଦେଶ-ଛତିଶଗଡ ନିକଟରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା ।

Advertisment
ସାରା ରାଜ୍ୟରେ ଜାରି ରହିଛି ବର୍ଷା ; ପୂର୍ବ ମଧ୍ୟପ୍ରଦେଶ-ଛତିଶଗଡ ନିକଟରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା ।

କନକ ବ୍ୟୁରୋ: ସାରା ରାଜ୍ୟରେ ଲାଗି ରହିଛି ବର୍ଷା। ପୂର୍ବ ମଧ୍ୟପ୍ରଦେଶ ଓ ଛତିଶଗଡ଼ ନିକଟରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ତିନି ଦିନ ପର୍ୟ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ସେହିପରି ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେପଟେ ଚିନ୍ତା ବଢ଼ାଇଛି ନିଅଣ୍ଟିଆ ବର୍ଷା।

୧୫ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ୧୩ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି। ମାଲକାନଗିରି, କୋରାପୁଟରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ କରାଯାଇଛି। ତେବେ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଉପୁଜିବାର ଆଶଙ୍କା ନଥିବା କୁହାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe