କାଲିଠୁ ଲଗାତାର ୩ ଦିନ ରାଜ୍ୟରେ ବର୍ଷା ସମ୍ଭାବନା : ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

629

କନକ ବ୍ୟୁରୋ : ରାଜ୍ୟରେ ପୁଣି ବର୍ଷା ଆଶଙ୍କା । ଆଜି ପାଗ ଶୁଖିଲା ରହିବ । ଏହାପରଠୁ ଲଗାତର ୩ ଦିନ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏହି ସୂଚନା ଦେଇଛି । ୨୩ରୁ ୨୪ ତାରିଖ ମଧ୍ୟରେ ଉପକୂଳ-ଆଭ୍ୟନ୍ତରୀଣ ଜିଲ୍ଲାମାନଙ୍କରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୪ରୁ ୨୫ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ-ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ସୂଚନା ରହିଛି ।

ସମ୍ଭାବିତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ଭାବିତ ଜିଲ୍ଲାମାନଙ୍କ ମଧ୍ୟରେ ବାଲେଶ୍ୱର, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲା ରହିଛି । ଯେଉଁଠି ଏବେ ବନ୍ୟା ପରିସ୍ଥିତି ଦେଖାଦେଇଛି । ଏଥିସହ ବ‌ାଲେଶ୍ୱର, ଭଦ୍ରକ, ଯା‌ଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ା ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।