କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ସୋମବାର ସୂଚନା ଦିଆଯାଇଛି । ମିଳିଥିବା ସୂଚନା ଅନୁସାରେ ବଙ୍ଗୋପସାଗରରେ ଘୂର୍ଣ୍ଣିଝଡ ହେବା ଫଳରେ ଓଡ଼ିଶାର ଉତ୍ତର ଓ ଦକ୍ଷିଣ ଭାଗର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ କାର୍ଯ୍ୟାଳୟ ।
ସେହିଭଳି ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ଆକାଶରେ ବାଦଲ ଦେଖାଯିବା ସହିତ ବର୍ଷା ହେବ । ଗତ ୨୪ ଘଣ୍ଟା ମଧ୍ୟରେ ରାୟଗଡ଼ା, ମୟୁରଭଞ୍ଜ, ବାଲେଶ୍ୱର, ମାଲକାନଗିରି, କେରାପୁଟ, କେନ୍ଦୁଝର, ଗଜପତି, କନ୍ଧମାଳ, ସମ୍ବଲପୁର, ସୁନ୍ଦରଗଡ଼ ଓ ନବରଙ୍ଗପୁର ଓ ଖୋର୍ଦ୍ଧା ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇଥିବା ଜଣାପଡ଼ିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2017/09/rain.jpg)