କନକ ବ୍ୟୁରୋ: ଉତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ଉତର ଓ ଉପକୂଳ ଓଡିଶା ସମେତ କେନ୍ଦ୍ରୀୟ ଓଡିଶାରେ ପ୍ରବଳ ବର୍ଷା ଲାଗି ରହିଛି । ତେବେ ଲଘୁଚାପ ଅଧିକ ଘନୀଭୂତ ହେଉଥିବାରୁ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ୮ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରିଛି ।
ରେଡ ଆଲର୍ଟ ଜାରି ହୋଇଥିିବା ଜିଲ୍ଲାଗୁଡିକ ହେଲା ସମ୍ବଲପୁର, ଦେବଗଡ, ସୋନପୁର, ଅନୁଗୁଳ, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଓ ଢ଼େଙ୍କାନାଳ । ଏହି ଜିଲ୍ଲାଗୁଡିକରେ ୨୦୦ ମିମିରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଏଥି ପାଇଁ ବର୍ଷା ଜନିତ ସମ୍ଭାବ୍ୟ ବନ୍ୟା ଓ ଜଳବନ୍ଦୀ ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
ସେହିପରି ଏହି ସମୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ,ବୌଦ୍ଧ, ବଲାଙ୍ଗୀର, ନୂଆପଡା, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁରରେ ବି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨ ତାରିଖ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ରହିବ ବୋଲି ଜଣାପଡିଛି ।
Follow Us
/kanak/media/post_attachments/wp-content/uploads/2019/06/rainfall-1-300x204.jpg)
/kanak/media/post_attachments/wp-content/uploads/2019/06/heavy-rain-300x200.jpg)