କନକ ବ୍ୟୁରୋ: ରାଜ୍ୟରେ ଖାଲିପଡିଛି ୧୭ ହଜାରରୁ ଅଧିକ ଶିକ୍ଷକ ପଦବୀ । ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମୋଟ ୧୭ ହଜାର ୭୬୧ ଶିକ୍ଷକ ପଦବୀ ଖାଲି ଅଛି । ଏନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଗଣଶିକ୍ଷାମନ୍ତ୍ରୀ କହିଛନ୍ତି ଯେ, ଖୁବଶୀଘ୍ର ୧୬ ହଜାର ୫୧୯ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଶିକ୍ଷକ ପଦ ସୃଷ୍ଟି କରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଷ୍ପତ୍ତି ନେଇଛନ୍ତି । ବିଭିନ୍ନ ସ୍କୁଲର ନିଜସ୍ୱ ଜମି ନଥିବା କଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅବଗତ ଅଛନ୍ତି । ମୁଖ୍ୟମନ୍ତ୍ରୀ ଓ ରାଜସ୍ୱ ମନ୍ତ୍ରୀ ଏ ଦିଗରେ ଆଲୋଚନା କରିଛନ୍ତି ବୋଲି ଗୃହରେ ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଅନ୍ୟପଟେ ରାଜ୍ୟରେ ୬୧୦ ବର୍ଗର ହାଇସ୍କୁଲ ଅଛି, ସେଗୁଡିକ ଅନୁଦାନପ୍ରାପ୍ତ ସ୍କୁଲ । ପ୍ରତି ପଞ୍ଚାୟତରେ ଥିବା ସ୍କୁଲଗୁଡିକ ଶିକ୍ଷକ ଅଭାବରୁ ବନ୍ଦ ହୋଇଯାଉଛି । ସେଗୁଡିକ କିପରି ଅପଗ୍ରେଡ଼ କରି ବଞ୍ଚାଇ ରଖାଯାଇପାରିବ । ସେଥିପ୍ରତି କି ପଦକ୍ଷେପ ସରକାର ନେଉଛନ୍ତି ବୋଲି ପ୍ରଶ୍ନ କରିଥିଲେ ବିଜେଡ଼ି ବିଧାୟକ ବଦ୍ରି ପାତ୍ର । ଏହାର ଜବାବ ରଖି ଗଣଶିକ୍ଷା ମନ୍ତ୍ରୀ କହିଥିଲେ, ଏଥିପ୍ରତି ଦୃଷ୍ଟି ଦେବୁ...