ଏପ୍ରିଲ ୧୧ରୁ ସକାଳୁଆ ହେବ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପାଠପଢା । ଗ୍ରୀଷ୍ମ ଋତୁ ପାଇଁ ନିର୍ଦ୍ଦେଶନାମା ଜାରି କଲେ ସରକାର

168

କନକ ବ୍ୟୁରୋ: ଗ୍ରୀଷ୍ମଋତୁ ପାଇଁ ଏପ୍ରିଲ ୧୧ରୁ ସ୍କୁଲ ଗୁଡିକର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପାଠପଢା ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ୧୧ଟା ୩୦ ଯାଏଁ ଚାଲିବ । ଏ ନେଇ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି ।

ସ୍ଥଳବିଶେଷରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ସ୍କୁଲମାନଙ୍କ ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ । ସ୍କୁଲଗୁଡିକରେ ସ୍ୱଚ୍ଛ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଯୋଗାଇଦେବାକୁ ସବୁ ସ୍କୁଲ କର୍ତୃପକ୍ଷ ଧ୍ୟାନ ଦେବେ ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି । ରାଜ୍ୟ ସରକାରଙ୍କ ନିଷ୍ପତି କ୍ରମେ ରାଜ୍ୟର ସମସ୍ତ ସରକାରୀ ଓ ବେସକରକାରୀ ଅନୁଦାନପ୍ରାପ୍ତ ସ୍କୁଲଗୁଡିକର ଶିକ୍ଷାବର୍ଷ ୨୦୨୩-୨୪ରେ ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପାଠପଢା ଏପ୍ରିଲ ୩ ତାରିଖ ଅର୍ଥାତ ଆସନ୍ତା ସୋମବାରରୁ ଆରମ୍ଭ ହେବ ।