କନକ ବ୍ୟୁରୋ: ରାଜ୍ୟରେ ଏପ୍ରିଲ ୨ରୁ ସକାଳୁଆ ସ୍କୁଲ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ କରିବାକୁ ଘୋଷଣା କଲେ ସରକାର । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପାଇଁ ଏହି ନିୟମ ଲାଗୁ । ସକାଳ ୭ଟାରୁ ଦିନ ୧୧ଟା ୩୦ ଯାଏଁ ହେବ ପାଠପଢା । ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି ।

ରାଜ୍ୟରେ ଜାରି ହୋଇଛି ଗ୍ରୀଷ୍ମ ପ୍ରବାହ । ଏହାକୁ ଦୃଷ୍ଟିରେ ରଖି ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି ସରକାର । ଆଜି ମାଲକାନଗିରିରେ ୪୧ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ବୌଦ୍ଧ ଓ ଟିଟିଲାଗଡରେ ୪୦.୫ ଡିଗ୍ରୀ ରେକର୍ଡ । ବଲାଙ୍ଗୀର ୪୦.୨, ନୟାଗଡରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ଭୁବନେଶ୍ୱରର ୩୭, କଟକ ୩୭.୬ ଡିଗ୍ରୀ ରେକର୍ଡ ହୋଇଛି ।