ଆସନ୍ତାକାଲିଠୁ ରାଜ୍ୟରେ ହୋଇପାରେ ସକାଳୁଆ ସ୍କୁଲ ,ସ୍ଥିତି ଦେଖି ନିଷ୍ପତ୍ତି ନେଇପାରିବେ ଜିଲ୍ଲାପାଳ

431

କନକବ୍ୟୁରୋ: ଆସନ୍ତାକାଲିଠୁ ରାଜ୍ୟରେ ହୋଇପାରେ ସକାଳୁଆ ସ୍କୁଲ । ଅସହ୍ୟ ଖରା ଓ ଗୁଳୁଗୁଳି ପାଇଁ ସକାଳୁଆ ସ୍କୁଲ ହେବା ନେଇ ନିଷ୍ପତି ହୋଇଥିବା ସୂଚନା ମିଳିଛି । ତେବେ ଏ ନେଇ ନିଷ୍ପତ୍ତି ନେଇପାରିବେ ଜିଲ୍ଲାପାଳ । ପାଣିପାଗ ବିଭାଗକୁ ଭିତ୍ତି କରି ସ୍କୁଲ ଖୋଲିବା ନିଷ୍ପତ୍ତି ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରାଜ୍ୟର ସମସ୍ତ ଜିଲ୍ଲାପାଳକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲାପାଳ ମାନେ ନିଜ ନିଜ ଜିଲ୍ଲାର ପାଣିପାଗ ସ୍ଥିତିକୁ ନେଇ ସରକାରୀ, ବେସରକାରୀ ଓ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡିକର ପ୍ରଥମ ରୁ ଦ୍ଵାଦଶ ଶ୍ରେଣୀ ପର୍ୟ୍ୟନ୍ତ ଛୁଟି ଘୋଷଣା କରିବେ କିମ୍ବା ସମୟ ନିର୍ଘଣ୍ଟ ପରିବର୍ତନ କରିବେ ।