କନକ ବ୍ୟୁରୋ: ଜନ୍ମମାଟି ଗୋପ ମଲ୍ଲଗ୍ରାମ ଅଭିମୁଖେ ସହିଦ ଯବାନ ପ୍ରତାପ ରଞ୍ଜନ ପରିଡ଼ାଙ୍କ ପାର୍ଥିବ ଶରୀର । ସେଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ । ତାଙ୍କ ମୃତ୍ୟୁକୁ ନେଇ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ପରିବାର ଲୋକଙ୍କ ଆଖିରୁ ଶୁଖୁନି ଲୁହ । ବୀର ପୁଅକୁ ହରାଇ କନ୍ଦୁଛି ଜନ୍ମମାଟି ।

Kanak News is now on WhatsApp
Join and get latest news updates delivered to you via WhatsApp
ଗତକାଲି ଭୁବନେଶ୍ୱରରେ ପହଞ୍ଚିଥିଲା ସହିଦ୍ ଯବାନ ପ୍ରତାପ ରଞ୍ଜନ ପରିଡ଼ାଙ୍କ ପାର୍ଥିବ ଶରୀର । ଏହାପରେ ପ୍ରତାପଙ୍କ ପାର୍ଥିୀବ ଶରୀର ଭୁବନେଶ୍ୱର ବିମାନବନ୍ଦରରୁ ଖୋର୍ଦ୍ଧା ବିଏସଫ୍ କ୍ୟାମ୍ପକୁ ନିଆଯାଇଥିଲା । ମେଘାଳୟ ସୁରା କ୍ୟାମ୍ପରୁ ଘାଟିକୁ ଯାଇଥିବା ସମୟରେ ବିଏସଏଫ ଯବାନ ହାବିଲଦାର ପ୍ରତାପ ରଞ୍ଜନ ପରିଡ଼ାଙ୍କ ଅଚନାକ୍ ଦେହନ୍ତ ହୋଇଥିଲା । ତେବେ କାହିଁକି ଓ କେମିତି ତାଙ୍କ ମୃତ୍ୟୁ ହେଲା ତାହା ସ୍ପଷ୍ଟ ହୋଇନାହିଁ । ପରିବାର ଲୋକ ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି ।