ପୋଲ ତଳକୁ ବସ ଖସିବା ଘଟଣା : ମୃତ୍ୟୁ ସଂଖ୍ୟା ୨୨କୁ ବୃଦ୍ଧି; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ମୃତକଙ୍କ ପରିବାରକୁ ୨ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା

193

କନକ ବ୍ୟୁରୋ : ମଧ୍ୟପ୍ରଦେଶରେ ମର୍ମନ୍ତୁଦ ବସ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୨ କୁ ବୃଦ୍ଧି । ୨୦ରୁ ଅଧିକ ଲୋକ ଆହତ ଥିବା ବେଳେ ସେମାନଙ୍କୁ ମେଡକାଲରେ ଭର୍ତ୍ତି କରାଯାଇଛି । ମଧ୍ୟପ୍ରଦେଶ ଖାର୍ଗୋନ ଅଞ୍ଚଳରେ ଆଜି ସକାଳେ ବସଟି ଭାରସ୍ୟାମ ହରାଇ ବ୍ରିଜ ତଳକୁ ଖସି ପଡିଥିଲା । ବସଟି ପ୍ରାୟ ୩୦ ଫୁଟ ତଳକୁ ଖସିପଡିବାରୁ ତଳେ ଚାପି ହୋଇ ଅଧିକାଂଶ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମଳିଛି ।

ବସରେ ପ୍ରାୟ ୫୦ ଜଣ ଯାତ୍ରୀ ଥିଲେ । ବସଟି ମଧ୍ୟପ୍ରଦେଶର ରାଜଧାନୀ ଇନ୍ଦୋର ଯାଉଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା । ସ୍ଥାନୀୟ ଗ୍ରାମବାସୀଙ୍କ ସହାୟତା ଜରୁରୀକାଳୀନ ଭିତିରେ ସେମାନଙ୍କୁ ଉଦ୍ଧାର କରାଯାଇଥିଲା । ଘଟଣାସ୍ଥଳରେ ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଗୁରୁତରଙ୍କୁ ମେଡିକାଲ ନିଆଯାଇଥିଲା । ପରେ ମେଡିକାଲରେ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଆହତଙ୍କ ମଧ୍ୟରୁ ଆଉ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏବେବି ଅନେକ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପର୍ଣ୍ଣ ରହିଥିବାରୁ ମୃତ୍ୟୁ ସଂଖ୍ୟା ଆହୁରି ବଢିବ ବୋଲି କୁହାଯାଉଛି ।

ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ଯେଉଁମାନେ ଗୁରୁତର ଆହତ ହୋଇଛନ୍ତି ସେମାନଙ୍କୁ ୫୦ ହଜାର ଏବଂ ଆହତଙ୍କୁ ୨୫ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ରିଲିଫ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ।