ସାଲେପୁରରେ ଜମିବାଡି ଗଣ୍ଡଗୋଳକୁ କେନ୍ଦ୍ର କରି ବିଭତ୍ସ ହତ୍ୟାକାଣ୍ଡ ! ବଜାରକୁ ଯାଉଥିବା ବେଳେ ନାବାଳକର ଖଣ୍ଡାଚୋଟରେ ଯୁବକ ମୃତ

ସାଲେପୁରରେ ଜମିବାଡି ଗଣ୍ଡଗୋଳକୁ କେନ୍ଦ୍ର କରି ବିଭତ୍ସ ହତ୍ୟାକାଣ୍ଡ ! ବଜାରକୁ ଯାଉଥିବା ବେଳେ ନାବାଳକର ଖଣ୍ଡାଚୋଟରେ ଯୁବକ ମୃତ

କନକ ବ୍ୟୁରୋ: କଟକ ଜିଲ୍ଲା ସାଲେପୁରରେ ଜମିବାଡି ଗଣ୍ଡଗୋଳକୁ ନେଇ ଯୁବକଙ୍କୁ ହତ୍ୟା ଅଭିଯୋଗ । ସାଲେପୁର ମାଛୁଆତି ଗାଁର ସତ୍ୟପ୍ରକାଶ ମଲ୍ଲିକ ଗତକାଲି ରାତିରେ ସାଲେପୁର ବଜାରରୁ ଚାଲି ଚାଲି ଫେରୁଥିବା ସମୟରେ ପୂର୍ବରୁ ମାରଣାସ୍ତ୍ର ଧରି ପ୍ରସ୍ତୁତ ଥିବା ଜଣେ ନାବାଳକ ତାଙ୍କୁ ଆକ୍ରମଣ କରିଥିଲେ । ତେବେ ହଠାତ ଖଣ୍ଡାରେ ପଛପଟୁ ଚୋଟ ପକାଇବା ଫଳରେ ଅପ୍ରସ୍ତୁତ ଥିବା ସତ୍ୟପ୍ରକାଶ ଏହାର ପ୍ରତିବାଦ କରିପାରିନଥିଲେ ।

ଆହତ ସତ୍ୟପ୍ରକାଶଙ୍କୁ ପ୍ରଥମେ ସାଲେପୁର ମେଡିକାଲକୁ ନିଆଯାଇଥିଲା । ସେଠାରେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ହେଲେ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ତେବେ ଅଭିଯୋଗ ଆଧାରରେ ସାଲେପୁର ପୋଲିସ ସଂପୃକ୍ତ ନାବାଳକ ଓ ତାଙ୍କ ମାଆଙ୍କୁ ଥାନାରେ ଅଟକ ରଖି ପଚରା ଉଚରା କରୁଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe