କନକ ବ୍ୟୁରୋ: ଆଜିର ଆଇପିଏଲ ମ୍ୟାଚରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପର କିଙ୍ଗସ ବନାମ ମୁମ୍ବାଇ ଇଣ୍ଡିଆନ୍ସ । ଏହି ମ୍ୟାଚରେ ପ୍ରଥମେ ଟସ ଜିତି ବୋଲିଂ ନିଷ୍ପତ୍ତି ନେଇଛି ମୁମ୍ବାଇ । ତେଣୁ ପ୍ରଥମେ ବ୍ୟାଟିଂ କରିବ ଚେନ୍ନାଇ । ଉଭୟ ଦଳ ପାଇଁ ଆଜିର ମ୍ୟାଚ ଗୁରୁତ୍ୱପୂର୍ଣ୍ଣ ରହିବ । ସେପଟେ ମୁମ୍ବାଇ ଇଣ୍ଡିଆନ୍ସ ଆଜିର ମ୍ୟାଚ ଜିତି ପଏଣ୍ଟ ଟେବୁଲର ଉପରକୁ ଉଠିବାକୁ ଚେଷ୍ଟା କରିବ ।
ଉଭୟ ଦଳ ଚଳିତ ଆଇପିଏଲରେ ୬ଟି ଲେଖାଏଁ ମ୍ୟାଚ ଖେଳିଛନ୍ତି । ଚେନ୍ନାଇ ୫ଟିରେ ବିଜୟୀ ଓ ଗୋଟିଏରେ ପରାଜୟ ହୋଇ ପଏଣ୍ଟ ଟେବୁଲର ଶୀର୍ଷରେ ରହିଥିବା ବେଳେ ମୁମ୍ବାଇ ୩ଟି ବିଜୟ ଓ ୩ଟି ପରାଜୟ ସହ ପଏଣ୍ଟ ଟେବୁଲର ଚତୁର୍ଥ ସ୍ଥାନରେ ରହିଛି । ତେଣୁ ମୁମ୍ବାଇ ଆଜିର ମ୍ୟାଚ ଜିତିବାକୁ ଜୋରଦାର ପ୍ରୟାସ କରିବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/05/Rohit-Sharma-and-MS-Dhoni-having-fun-time-during-the-toss-in-an-IPL-match©BCCI.jpg)