କନକ ବ୍ୟୁରୋ: ରାତିପାହିଲେ ଆସିବ ପୌର ଫସସଲା । ତେବେ କେମିତି ହେବ ଭୋଟ୍ ଗଣତି, କେଉଁ ପଦ୍ଧତିରେ ହେବ ଏନେଇ ପୂରା ତଥ୍ୟ ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ । କାଉନସିଲର ଭୋଟ୍ ଗଣତି ପାଇଁ ପ୍ରତି ଏନଏସିରେ ୨ଟି ଟେବୁଲ ବ୍ୟବସ୍ଥା କରାଯାଇଛି । ଚେୟାରମ୍ୟାନ୍ ଭୋଟ୍ ଗଣତି ପାଇଁ ପ୍ରତି ଏନଏସିରେ ୨ଟି ଟେବୁଲ । କାଉନସିଲର ଭୋଟ୍ ଗଣତି ପାଇଁ ମୁନିସିପାଲିଟିରେ ସର୍ବାଧିକ ୫ଟି ଟେବୁଲ, ଚେୟାରମ୍ୟାନ୍ ଭୋଟ୍ ଗଣତି ପାଇଁ ମୁନିସିପାଲିଟିରେ ସର୍ବାଧିକ ୫ଟି ଟେବୁଲ, କର୍ପୋରେଟର ଭୋଟ୍ ଗଣତି ପାଇଁ ମୁନିସିପାଲ କର୍ପୋରେସନରେ ୧୨ଟି ଟେବୁଲ, ମେୟର ଭୋଟ୍ ଗଣତି ପାଇଁ  ମୁନିସିପାଲ କର୍ପୋରେସନରେ ୧୨ଟି ଟେବୁଲ ବ୍ୟବସ୍ଥା କରାଯାଇଛି ।
Advertisment
ପ୍ରତି କାଉଣ୍ଟିଂ ଟେବୁଲରେ ଜଣେ ଜେଣ ସୁପରଭାଇଜର ରହିବେ । ତାଙ୍କ ସହ ଜଣେ କାଉଣ୍ଟିଂ ଆସିଷ୍ଟାଣ୍ଟ୍ ନିୟୋଜିତ ରହିବେ । ଏମାନଙ୍କୁ ସାହାଯ୍ୟ ପାଇଁ ଜଣେ ଜଣେ ଗ୍ରୁପ୍-ଡି କର୍ମଚାରୀ ନିୟୋଜିତ ହେବେ । ଯେଉଁଠି ଯେତିକି ଟେବୁଲ କାଉଣ୍ଟିଂ ହେଉଛି ସେଠି ସେତିକି ଏଜେଣ୍ଟ ଦେଇପାରିବେ  । ଏଜେଣ୍ଟ ହେବାକୁ ଚାହୁଁଥିଲେ ସନ୍ଧ୍ୟା ୫ଟା ଭିତରେ ବାୟୋଡାଟା ଦେବେ । ସ୍ଥାନୀୟ ଇଲେକ୍ସନ ଅଫିସରଙ୍କୁ ଆଜି ସନ୍ଧ୍ୟା ୫ଟା ସୁଦ୍ଧା ଦେବାକୁ ପଡ଼ିବ । ଭୋଟ୍ ଗଣତିର ପୂରା ପ୍ରକ୍ରିୟା ସିସିଟିଭି ନଜରରେ ରହିବ ।