କନକ ବ୍ୟୁରୋ: ଚାଲିଛି ଭୋଟ୍ ଗଣତି, ଆସିଲା ପ୍ରାରମ୍ଭିକ ଟ୍ରେଣ୍ଡ୍  । ସକାଳ ୯ଟା ୫୧ ସୁଦ୍ଧା ମିଳିଥିବା ଟ୍ରେଣ୍ଡ ମୁତାବକ କଟକରେ ବିଜେଡି ଓ କଂଗ୍ରେସ ମେୟର ପ୍ରାର୍ଥୀଙ୍କ ମଧ୍ୟରେ ଚାଲିଛି କଡ଼ା ଟକ୍କର  ।  ବିଜେଡିର ସୁବାସ ସିଂ ୩,୧୬୦ ଖଣ୍ଡ ଭୋଟରେ ଆଗେଇ ଚାଲିଥିବାବେଳେ କଂଗ୍ରେସର ଗିରିବାଳା ବେହେରା ୨,୯୦୭ ଖଣ୍ଡ ଭୋଟରେ ଆଗେଇ ଚାଲିଛିନ୍ତି, ତାଙ୍କ ପଛକୁ ପଛ ବିଜେପିର ଶ୍ରୀତମ ଦାସ ମାତ୍ର ୧,୦୪୬ ଆଗେଇ ଚାଲିଛନ୍ତି  ।
Advertisment

ଅନ୍ୟପଟେ ସକାଳ ୮ଟାରୁ ଆରମ୍ଭ ହୋଇଥିବା ଭୋଟ୍ ଗଣତି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ପ୍ରତି ଏନଏସିରେ କାଉନସିଲର ଓ ଅଧ୍ୟକ୍ଷ ପଦ ପାଇଁ ୨ଟି ଲେଖାଏଁ ଟେବୁଲ ରହିଛି  । ମ୍ୟୁନିସିପାଲିଟିରେ କର୍ପୋରେଟର ଓ ଅଧ୍ୟକ୍ଷ ପଦ ପାଇଁ ୫ଟି ଲେଖାଏଁ ଟେବୁଲରେ ଗଣତି ହେଉଛି  । ମହାନଗର ନିଗମରେ କର୍ପୋରେଟର ଓ ମେୟର ପ୍ରାର୍ଥୀଙ୍କ ଭୋଟ ଗଣତି ପାଇଁ ୧୨ଟି ଲେଖାଏଁ ଟେବୁଲରେ ଭୋଟ୍ ଗଣତି ଚାଲିଛି  ।

ପ୍ରତି ଟେବୁଲରେ ଜଣେ କାଉଁଟିଂ ଅଫିସର, ଜଣେ କାଉଁଟିଂ ଆସିଷ୍ଟାଂଟ ଓ ସହାୟତା କରିବାକୁ ଜଣେ ଗ୍ରୁପ-ଡି କର୍ମଚାରୀ ନିୟୋଜିତ ଅଛନ୍ତି  । କାଉନସିଲର ଓ କର୍ପୋରେଟର ଭୋଟ ଗଣତି ପାଇଁ ପ୍ରତି ୱାର୍ଡରେ ଜଣେ ଲେଖାଏଁ ଏଜେଂଟ ମଧ୍ୟ ରହିଛନ୍ତି  । ଫଳାଫଳ ଆସିବା ପରେ ସ୍ପଷ୍ଟ ହୋଇଯିବ କାହାକୁ ଭୋଟ ଦେଇଛନ୍ତି ସହରୀ ଭୋଟର ।