କନକ ବ୍ୟୁରୋ: ବୋରିଗୁମ୍ମା ସ୍ଥିତ ମାଇ ଛୋଟା ସ୍କୁଲର ପଞ୍ଚମ ବାର୍ଷିକ ଉତ୍ସବ ସ୍କୁଲ୍ ପରିସରରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଉତ୍ସବରେ ସ୍ଥାନୀୟ ଅଂଚଳର ବହୁ ବୁଦ୍ଧିଜୀବୀଙ୍କ ସମେତ ଅଭିଭାବକ ଯୋଗ ଦେଇଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ର ଛାତ୍ରୀଙ୍କୁ ଉପସ୍ଥିତ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବହୁମୁଖି ପ୍ରତିଭା ପାଇଁ ଉତ୍ତମ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇ ସମ୍ମାନିତ କରାଯଇଥିଲା। କୁନିକୁନି ଛାତ୍ର ଛାତ୍ରୀ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଏହି କାର୍ଯକ୍ରମ ସଫଳତାର ସହ ହୋଇଥିବା ଯୋଗୁଁ ସ୍କୁଲର ଅଧ୍ୟକ୍ଷ ଅନ୍ମିତ ପାଢ଼ୀ ବିଦ୍ୟାଳୟର ସମସ୍ତ ଶିକ୍ଷକ ଏବଂ ଶିକ୍ଷୟିତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି।
ମାଇ ଛୋଟା ସ୍କୁଲର ପଞ୍ଚମ ବାର୍ଷିକ ଉତ୍ସବ
Advertisment
Follow Us