କନକ ବ୍ୟୁରୋ: ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ମାମଲାରେ ବଡ ଖୁଲାସା । ବ୍ୟକ୍ତିଗତ କାରଣରୁ ନବ ଦାସଙ୍କୁ ଗୋପାଳ ଦାସ ହତ୍ୟା କରିଥିବା କ୍ରାଇମବ୍ରାଞ୍ଚ ଚାର୍ଜସିଟରେ ଉଲ୍ଲେଖ କରିଥିବା ଜଣାପଡିଛି । ଝାରସୁଗୁଡା ଜେଏମଏଫସି କୋର୍ଟରେ ଚାର୍ଜସିଟ ଦାଖଲ କରିଛି କ୍ରାଇମବ୍ରାଞ୍ଚ ଟିମ୍ । ୩୦୨, ୩୦୭ ଆଇପିସି ୨୭ (୧) ଆର୍ମ୍ସ ଆକ୍ଟରେ ତଦନ୍ତ ହୋଇ ଚାର୍ଜସିଟ୍ ପ୍ରସ୍ତୁତ ହୋଇଛି । ସମସ୍ତ ପ୍ରକାର ତଥ୍ୟ ସଂଗ୍ରହ ସହ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ଆଧାରରେ ଏହି ରିପୋର୍ଟ ପ୍ରସ୍ତୁତ ହୋଇଥିବାରୁ ଅଭିଯୁକ୍ତ ଗୋପାଳ ଦାସଙ୍କ ବିରୋଧରେ ଏହା ଦୃଢ ପ୍ରମାଣ ବୋଲି କୁହାଯାଉଛି ।
ଗତ ଜାନୁଆରୀ ୨୯ରେ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ପୋଲିସ ଏଏସଆଇ ଗୋପାଳ ଦାସ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରିଥିଲେ । ଏହି ହତ୍ୟାକାଣ୍ଡକୁ ନେଇ ରାଜ୍ୟ ରାଜନୀତି ବେଶ ସରଗରମ ହୋଇଥିଲା । ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କୁ ଘେରିଥିଲେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/05/23-17.jpg)