ଆଜି ନବଯୌବନ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୁରତି । ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ଲାଗିବ ଗହଳି ।

୧୫ ଦିନର ଅଣସର ପରେ ଦୁର୍ଲ୍ଲଭ ବେଶରେ ଦର୍ଶନ ଦେବେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ।

142

କନକ ବ୍ୟୁରୋ: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଦିବ୍ୟ ନବଯୌବନ ଦର୍ଶନ । ୧୫ ଦିନର ଅଣସର ପରେ ଦୁର୍ଲ୍ଲଭ ବେଶରେ ଦର୍ଶନ ଦେବେ ମହାପ୍ରଭୁ ଶ୍ରୀ ଜଗନ୍ନାଥ । ଭିତର କାଠରୁ ମହାପ୍ରଭୁଙ୍କ ଦର୍ଶନ କରିବେ ଭକ୍ତ । ଦିନ ସାଢେ ୨ଟାରୁ ପାରିମାଣିକ ଓ ସାଢେ ୩ଟାରୁ ସାଧାରଣ ଦର୍ଶନ ଆରମ୍ଭ ହେବ । ସେପଟେ ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭିତର କାଠରୁ ଶ୍ରୀଜୀଉଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । ପରିମାଣିକ ଦର୍ଶନ ସାଢେ ୨ଟାରୁ ସାଢେ ୩ଟା ଓ ସର୍ବସାଧାରଣ ଦର୍ଶନ ସାଢେ ୩ଟାରୁ ସାଢେ ୪ଟା ପର୍ଯ୍ୟନ୍ତ ଚାଲିବ ବୋଲି ସ୍ଥିର ହୋଇଛି । ଗତକାଲି ତ୍ରୟୋଦଶ ତିଥିରେ ପୁରୀରେ ଶ୍ରୀଜିଉଙ୍କର ପଣାଲାଗି ଏବଂ ଖଳି ବିଜେ ନୀତି ଅନୁଷ୍ଠିତ ହୋଇଥିଲା । ଏଥିସହ ଦତ ମହାପାତ୍ର ସେବକମାନେ ଅଣସରପରେ ବନକଲାଗି ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଆଜି ମହାପ୍ରଭୁଙ୍କ ନବ ଯୌବନ ଦର୍ଶନ ଅନୁଷ୍ଠିତ ହେବ । ନେତ୍ରୋତ୍ସବ ପାଇଁ ଶ୍ରଦ୍ଧାଳୁଙ୍କ ଦର୍ଶନକୁ ବ୍ୟବସ୍ଥିତ ଓ ଶୃଙ୍ଖଳିତ କରିବା ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି । ସେପଟେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ମଝିରେ ଆଉ ମାତ୍ର ୨ଦିନ ଥିବାରୁ ମହାରଣା, ଭୋଇ ସେବକ, ରୁପକାର ଓ ଚିତ୍ରକରସେବାୟତମାନେ ତିନିରଥରେ ଶେଷ ସ୍ପର୍ଶ ଦେଉଛନ୍ତି ।