ଶେଷ ଯାତ୍ରାରେ ନବ କିଶୋର ଦାସ : ଭୁବନେଶ୍ୱରରୁ ଝାରସୁଗୁଡା ଅଭିମୁଖେ ପାର୍ଥିବ ଶରୀର

1,211

କନକ ବ୍ୟୁରୋ : ଶେଷ ଯାତ୍ରାରେ ନବ କିଶୋର ଦାସ । ଭୁବନେଶ୍ୱରରୁ ଝାରସୁଗୁଡା ଅଭିମୁଖେ ପାର୍ଥିବ ଶରୀର । ବିମାନରେ ଝାରସୁଗୁଡାରେ ପାର୍ଥିବ ଶରୀର ପହଞ୍ଚିବ । ଶେଷ ଦର୍ଶନ ପରେ ଅନ୍ତିମ ସଂସ୍କାର ହେବ । ଆଜି ତାଙ୍କ ଶେଷକୃତ୍ୟ ସମ୍ପନ୍ନ ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ତିନି ଜଣ ମନ୍ତ୍ରୀ ଉପସ୍ଥିତ ରହିବେ । ସେମାନେ ହେଲେ ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ଟୁକୁନି ସାହୁ ।

ଆପୋଲୋ ହସ୍ପିଟାଲ୍‌ରେ ପରଲୋକ ହେଲା ପରେ ତାଙ୍କ ମରଶରୀରର ପୋଷ୍ଟମର୍ଟମ୍‌ ପାଇଁ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଅଣାଯାଇଥିଲା । ସେଠାରେ କ୍ରାଇମ୍‌ବ୍ରାଞ୍ଚ୍ର ଏକ ଟିମ୍‌ ପହଞ୍ଚି ଆବଶ୍ୟକ ତଦନ୍ତ କରିଥିଲା । ଏହା ପରେ ମରଶରୀରକୁ ବିଧାନସଭା ପରିସରକୁ ନିଆଯାଇଥିଲା । ସେଠାରେ ବାଚସ୍ପତିଙ୍କ ସମେତ ବହୁ ବିଧାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ବିଳମ୍ବିତ ରାତିରେ ମରଶରୀରକୁ ତାଙ୍କ ସରକାରୀ ବାସଭବନରେ ରଖାଯାଇଥିଲା । ସେଠାରେ ରାତିତମାମ ବହୁ ଶୁଭେଚ୍ଛୁ, ସମର୍ଥକ ପହଞ୍ଚି ଶେଷ ଦର୍ଶନ କରିଥିଲେ । ଆଜି ସକାଳୁ ମଧ୍ୟ ଦଳୀୟ କାର୍ଯ୍ୟାଳୟରେ ନେତା ଓ କର୍ମୀ ଶେଷ ଦର୍ଶନ କରିଛନ୍ତି ।

ସେହିପରି ନବୀନ ପଟ୍ଟନାୟକ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କର ତାଙ୍କର ସରକାରୀ ବାସଭବନରେ ଶେଷ ଦର୍ଶନ କରିଛନ୍ତି । ସେ ନବଙ୍କ ମରଶରୀରରେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ତାଙ୍କ ସହ ୫ଟି ସଚିବ ଭି କେ ପାଣ୍ଡିଆନ୍ ମଧ୍ୟ ଅନ୍ତିମ ଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଘର ଭିତରକୁ ଯାଇ ପରିବାରର ସଦସ୍ୟଙ୍କୁ ସମବେଦନା ଜଣାଇଥିଲେ ।  ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବି ନବ କିଶୋର ଦାସଙ୍କର ତାଙ୍କର ଅନ୍ତିମ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ନବ ଦାସଙ୍କୁ ଗାର୍ଡ ଅଫ୍ ଅନର୍ ଦିଆଯାଇଛି ।