କନକ ବ୍ୟୁରୋ : ଚଳିତ ବର୍ଷ ପଡୁନି ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ । ବର୍ଷକ ପାଇଁ ନୀତି ନିର୍ଘଂଟ ପରେ ଶ୍ରୀମନ୍ଦିର ମୁକ୍ତିମଣ୍ଡପ ପଣ୍ଡିତ ସଭାର ସଦସ୍ୟ, ପଞ୍ଜିଗଣନାକାରୀ ଏବଂ ଶ୍ରୀମନ୍ଦିର ନୀତିପ୍ରଶାସକ ଏହା ସ୍ପଷ୍ଟ କରିଛନ୍ତି ।
ସେମାନଙ୍କ କହିବା ଅନୁଯାୟୀ ଚଳିତ ବର୍ଷ ନାଗାର୍ଜୁନ ବେଶ ପଡୁନାହିଁ । ଏନେଇ କେତେକ କ୍ୟାଲେଣ୍ଡର ଓ ପଞ୍ଜିକା ଭୁଲ ସୂଚନା ଦେଇଥିଲେ । ଚଳିତ ବର୍ଷ ମହାପ୍ରଭୁଙ୍କର ନାଗାର୍ଜୁନ ବେଶ ପଡୁଥିବା ନେଇ ପୂର୍ବରୁ ବିଭିନ୍ନ କ୍ୟାଲେଣ୍ଡର ଓ ପଞ୍ଜିକାରେ ପ୍ରକାଶ ପାଇଥିଲା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/11/Lord-Jagannath-siblings-may-don-‘Nagarjuna-Besha’-in-2021.png)