ରାଜସ୍ଥାନରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାଟି ପାଖାପାଖି ଭୋର ୩ଟା ସମୟରେ ହୋଇଥିବାର ସୂଚନା ମିଳିଛି । ଏକ ଯାତ୍ରୀବାହୀ ବସ୍ ସାମ୍ନାକୁ ହଠାତ ଷଣ୍ଢ ଆସିଯିବାରୁ ଏହି ଦୁର୍ଘଟଣା ହୋଇଥିବା ଜଣାପଡିଛି । ଦୁର୍ଘଟଣାରେ ୧୧ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । /kanak/media/post_attachments/wp-content/uploads/2019/11/eba3be65-90e9-45d6-8801-bca2059932b0-300x169.jpg)
ସୂଚନାନୁସାରେ, ରାଜସ୍ଥାନ ଓ ନାଗପୁର ଜିଲ୍ଲା ମଧ୍ୟରେ ଶନିବାର ଦିନ ବଡ ଧରଣର ଦୁର୍ଘଟଣା ଘଟିଯାଇଛି । ବସ୍ ସାମ୍ନାରେ ଷଣ୍ଢ ଆସିଯିବା କାରଣରୁ ଡ୍ରାଇଭର ନିୟନ୍ତ୍ରଣ ହରାଇଥିଲେ । ଫଳରେ ବସଟି ଓଲଟି ପଡିଥିଲା । ଏଥିରେ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ୬ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି । ସୂଚନା ପାଇ ପୋଲିସ ଦୁର୍ଘଟଣା ସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/12/05/2024-12-05t085615664z-9834a11b-9015-4cfe-ae63-b20008d51374.jpg)
/kanak/media/post_attachments/wp-content/uploads/2019/11/Accident.jpg)