ଆଖି ବୁଜିଲା ଚିତା ‘ଶାଶା’ : ଗତବର୍ଷ ଆଫ୍ରିକା ମହାଦେଶର ନାମିବ୍ୟାରୁ ଆସିଥିଲା ଭାରତ

132

କନକ ବ୍ୟୁରୋ : ଆଖି ବୁଜିଲା ଚିତା ‘ଶାଶା’ । ଗତବର୍ଷ ଆଫ୍ରିକା ମହାଦେଶର ନାମିବ୍ୟାରୁ ଆସିଥିବା ୮ଟି ଚିତା ମଧ୍ୟରୁ ଗୋଟିଏ ଚିତାର ମୃତ୍ୟୁ ହୋଇଛି । କୁନୋ ଜାତୀୟ ଉଦ୍ୟାନରେ ଛଡାଯାଇଥିବା ଏହି ୮ ଚିତା ମଧ୍ୟରୁ ମାଈ ଚିତା ଶାଶା ଆଖି ବୁଜିଛି । ଗତ ଜାନୁଆରୀ ୨୩ ତାରିଖରୁ ସେ ଅସୁସ୍ଥ ଥିଲା । କିଡନୀ ଜନିତ ସମସ୍ୟାରେ ପଡ଼ିତ ଥିଲା ଶାଶା ।

ତାକୁ ଚିକିତ୍ସା ପାଇଁ କ୍ୱାରେଣ୍ଟିନ୍ ଏନକ୍ଲୋଜରକୁ ପଠାଯାଇଥିଲା । ଚିକିତ୍ସା ପାଇଁ ମଧ୍ୟପ୍ରଦେଶ ସରକାର ଏକ ଏମର୍ଜେନ୍ସି ମେଡିକାଲ ଟିମ୍ ପଠାଇଥିଲେ । ବନ ବିହାର ଜାତୀୟ ଉଦ୍ୟାନର ମୁଖ୍ୟ ପ୍ରାଣୀ ଚିକିତ୍ସକ ଡାକ୍ତର ଅତୁଲ ଗୁପ୍ତାଙ୍କ ନେତୃତ୍ୱରେ ଚିକିତ୍ସା କରାଯାଉଥିଲା । ପ୍ରଥମେ ସ୍ୱାସ୍ଥ୍ୟାବସ୍ଥାରେ ସାମାନ୍ୟ ସୁଧାର ଆସୁଥିଲେ ମଧ୍ୟ ପରେ ବିଗିଡ଼ି ଯାଇଥିଲା । ଡାକ୍ତରଙ୍କ ସମସ୍ତ ଚେଷ୍ଟା ପରେ ମଧ୍ୟ ଶାଶାକୁ ବଞ୍ଚାଯାଇ ପାରିନାହିଁ ।