କନକ ବ୍ୟୁରୋ : ବିଧାନସଭାର ଶୂନ୍ୟକାଳରେରେ ଉଠିଲା ସାମ୍ବାଦିକଙ୍କ ଦାବି ପ୍ରସଙ୍ଗ । ଗୃହରେ ସାମ୍ବାଦିକଙ୍କ ଦାବି ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ସାମ୍ବାଦିକଙ୍କୁ ଲୋକସେବା ଭବନକୁ ପ୍ରବେଶ ପାଇଁ ପାସ୍ ବ୍ୟବସ୍ଥା କରନ୍ତୁ ସରକାର । ଦୀର୍ଘଦିନ ହେବ ସାମ୍ବାଦିକଙ୍କୁ ଲୋକସେବା ଭବନକୁ ପ୍ରବେଶ ଅନୁମତି ମିଳୁନାହିଁ । ତେଣୁ ସରକାର ସାମ୍ବାଦିକଙ୍କ ପାଇଁ ଫ୍ରି ଏଣ୍ଟ୍ରି ବ୍ୟବସ୍ଥା କରନ୍ତୁ । ସେହିଭଳି ଅନ୍ୟ ରାଜ୍ୟରେ ପେନସନ ବ୍ୟବସ୍ଥା ଥିବା ବେଳେ ଓଡ଼ିଶାରେ ବି ସାମ୍ବାଦିକଙ୍କୁ ପେନସନ ଦିଆଯାଉ ବୋଲି ଦାବି କରିଛନ୍ତି ନରସିଂହ ।
ସେହିପରି ପଶ୍ଚିମାଞ୍ଚଳ ପ୍ରାଥମିକ ଶିକ୍ଷକ ଫୋରମ୍ ୬ ବର୍ଷ ଧରି ୩ ଦଫା ଦାବିରେ ଆନ୍ଦୋଳନ କରୁଛି । ସରକାର ପ୍ରତିହିଂସା ପରାୟଣ ହୋଇ ଦୁଇ ଶିକ୍ଷକଙ୍କୁ ନିଲମ୍ବିତ କରିଛନ୍ତି, ଏହା ଦୁର୍ଭାଗ୍ୟ ଜନକ ବୋଲି କହିଛନ୍ତି ନରସିଂହ । ଏହାବାଦ୍ ବଲାଙ୍ଗୀର ଜମି ହଡ଼ପ ଘଟଣାରେ ସରକାର କୌଣସି ପଦକ୍ଷେପ ନେଉନାହାଁନ୍ତି । ୪୦୦୦ କୋଟି ଟଙ୍କାର ଦୁର୍ନୀତି ହୋଇଛି, ସରକାରଙ୍କ କ୍ଷତି ହୋଇଛି । ସରକାର ଚୁପ୍ କାରଣ ଯିଏ ଦୋଷୀ ସେ ହେଉଛନ୍ତି ବିଜେଡ଼ିର ବରିଷ୍ଠ ଉପ ସଭାପତି ତଥା ମୁଖ୍ୟମନ୍ତ୍ରୀଙ୍କ ବନ୍ଧୁ ବୋଲି କହିଛନ୍ତି ନରସିଂହ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/02/33-5.jpg)