ପରଲୋକରେ ନନ୍ଦ ସାର: ମନେପକାଇଲେ ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା

357

କନକ ବ୍ୟୁରୋ: ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ ଆଜି ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ଆଜି ସାରା ଦେଶରେ ଶୋକର ଛାୟା ଖେଳିଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ନନ୍ଦ ସାରଙ୍କୁ ମନେ ପକାଇ ଶୋକ ପ୍ରକାଶ କରିଛନ୍ତି । ଅମିତ ଶାହା ଓ ମୋଦୀ ଟ୍ୱିଟ କରି ଶୋକ ପ୍ରକାଶ କରିଛନ୍ତି ।

ନରେନ୍ଦ୍ର ମୋଦୀ ଓଡିଆରେ ଟ୍ୱିଟ କରି ଲେଖିଛନ୍ତି, ଶ୍ରୀଯୁକ୍ତ ନନ୍ଦ ପୃଷ୍ଟିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ । ଓଡ଼ିଶାରେ ଶିକ୍ଷାର ପ୍ରସାର ପାଇଁ ସମ୍ମାନନୀୟ ନନ୍ଦ ସାରଙ୍କ ଉଦ୍ୟମ ଅନେକ ପିଢ଼ି ପର୍ୟ୍ୟନ୍ତ ସ୍ମରଣୀୟ ହୋଇ ରହିବ । ଗତ କିଛି ସପ୍ତାହ ପୂର୍ବରୁ ଆୟୋଜିତ ପଦ୍ମ ପୁରସ୍କାର ସମାରୋହରେ ସେ ଦେଶର ଦୃଷ୍ଟି ଆକର୍ଷଣ କରିବା ସହ ଦେଶବାସୀଙ୍କ ଶ୍ରଦ୍ଧାର ପାତ୍ର ହୋଇଥିଲେ ।

ସେହିପରି ଅମିତ ଶାହା ଟ୍ୱିଟ କରି ଲେଖିଛନ୍ତି, ନନ୍ଦ କିଶୋର ପୃଷ୍ଟି ଜୀଙ୍କ ବିୟୋଗରେ ମୁଁ ଗଭୀର ଭାବେ ଦୁଃଖିତ। ଓଡ଼ିଶାର ପିଲା ମାନଙ୍କୁ ମାଗଣା ଶିକ୍ଷାଦାନରେ ତାଙ୍କର ଅଗ୍ରଣୀ ଭୂମିକା ପାଇଁ ନିକଟ ଅତୀତରେ ସେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ। ଏହି ମହାନ ବ୍ୟକ୍ତିଙ୍କର ନିଃସ୍ୱାର୍ଥପର ସେବା ପାଇଁ ସାରା ଦେଶରେ ସେ ଚିର ସ୍ମରଣୀୟ ହୋଇ ରହିବେ।