ସହିଦଙ୍କୁ ସଲାମ! ପାଲମ ବିମାନବନ୍ଦରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ବିଭିନ୍ନ ରାଜନେତା

260

କନକ ବ୍ୟୁରୋ : ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି । ଦିଲ୍ଲୀର ପାଲମ ବିମାନବନ୍ଦରରେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି । କିଛି ସମୟ ନିରବ ରହି ସହିଦ ଯବାନଙ୍କ ପାର୍ଥିବ ଶରୀରରେ ପୁଷ୍ପ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ । ଦେଶର ବୀର ଯବାନ ମାନଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ଏକାଠି ହୋଇଛନ୍ତି ପୂରା ଦେଶବାସୀ ।

ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଦେବା ପୂର୍ବରୁ ତିନି ସେନାର ମୁଖ୍ୟ ସହିଦ ଯବାନ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣ, ଗୃହମନ୍ତ୍ରୀ ରାଜନାଥ ସିଂ, କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

ଶ୍ରୀନଗରରୁ ସ୍ୱତନ୍ତ୍ର ବିମାନ ଯୋଗେ ସହିଦଙ୍କ ପାର୍ଥିବ ଶରୀର ପାଲମ ବିମାନବନ୍ଦରକୁ ଅଣାଯାଇଥିଲା । ସେଠାରେ ସହିଦ ଯବାନ ମାନଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା । ଗତକାଲି ଆତ୍ମଘାତୀ ଆକ୍ରମଣରେ ସିଆରପିଏଫର ୪୦ ଜଣ ଯବାନ ସହିଦ ହୋଇଥିଲେ ।