ଆସନ୍ତାକାଲି ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ,ଯୋଗ ଦେବେ ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ।

268

କନକବ୍ୟୁରୋ :ଆସନ୍ତାକାଲି ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ । ନ୍ଧ୍ୟା ୭ଟା୧୫ରେ ଏନଡିଏ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ଆୟୋଜିତ ହେବ । ଏଥିସହ କେନ୍ଦ୍ର ମୋଦୀ ମନ୍ତ୍ରିମଣ୍ଡଳରେ ଓଡ଼ିଶାରୁ କାହାକୁ ମିଳିବ ସ୍ଥାନ, ତାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା । ପ୍ରଧାନମନ୍ତ୍ରୀ ୯ଜୁନ ୨୦୨୪ ରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି । ଶପଥ ଗ୍ରହଣ ଉତ୍ସବ ରାଷ୍ଟ୍ରପତି ଭବନରେ ହେବାକୁ ଯାଉଛି ।

ଏହି ଶପଥ ଗ୍ରହଣ ଉତ୍ସବରେ ୮ହଜାର ଅଧିକ ,ରାଷ୍ଟ୍ରମଖ୍ୟ ଯୋଗ ଦେବେ ।ଏଥିସହ ବିଶେଷ ଅତିଥିଙ୍କୁ ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ଆମନ୍ତ୍ରଣ କରାଯାଇଛି । ସେମାନେ ହେଉଛନ୍ତି ଶ୍ରୀଲଙ୍କାର ରାଷ୍ଟ୍ରପତି ରାନିଲ ବିକ୍ରମାଦିତ୍ୟ,ମାଳଦିବ ରାଷ୍ଟ୍ରପତି ମହମ୍ମଦ ମୁଜେଜୁ ସେସେଲସ ର ଉପରାଷ୍ଟ୍ରପତି ଅହମ୍ମଦ ଅଫିଫ,ବାଙ୍ଗଲାଦେଶର ପ୍ରଧାନମନ୍ତ୍ରୀ ଶେଖହସୀନ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ।

ଏହି ସବୁ ରାଷ୍ଟ୍ରମୁଖ୍ୟ ମାନଙ୍କୁ ବିଶେଷ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି । ଏଥିସହ ସୋରିସସ ପ୍ରଧାନମନ୍ତ୍ରୀ ପ୍ରବୀନ୍ଦ କୁମାର ଜଗନ୍ନାଥ ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ଏଥିସହ ଭୁଟାନ ପ୍ରଧାନମନ୍ତ୍ରୀ ଯୋଗ ଦେବାକୁ ଆମନ୍ତ୍ରଣ କରାଯାଇଛି । ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ମଧ୍ୟ ସେମାନେ ସ୍ୱୀକାର କରିଛନ୍ତି । ଏଥିସହ ରାଷ୍ଟ୍ରପତିଙ୍କ ସହ ସନ୍ଧ୍ୟା ଭୋଜନ ର ମଧ୍ୟ ବ୍ୟବସ୍ଥା କରାଯାଇଛି । ଏଥିସହ ଆହୁରି ମଧୟ କୁହାଯାଉଛି କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଓଡ଼ିଶାକୁ ଅଧିକ ପ୍ରାଧାନ୍ୟ ମିଳିପାରେ ।

କାରଣ ପ୍ରଥମଥର ଓଡ଼ିଶାରେ ଶ୍ରେଷ୍ଠ ପ୍ରଦର୍ଶନ କରିଛି ବିଜେପି । ତେଣିକି ତାହା ବିଧାନସଭା ହେଉ କି ଲୋକସଭା । ଲୋକସଭା ସାଂସଦଙ୍କ ମଧ୍ୟରୁ ଅତି କମରେ ତିନିଜଣ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବାର ସମ୍ଭାବନା ରହିଛି । ୨୦ଜଣ ସାଂସଦଙ୍କ ମଧ୍ୟରୁ ୧୦ ଜଣ ଏକାଧିକଥର ଲୋକସଭାରେ ପ୍ରତିନିଧିତ୍ୱ କରିସାରିଛନ୍ତି । ସେମାନେ ହେଲେ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ, ଅନନ୍ତ ନାୟକ, ପ୍ରତାପ ଷଡଙ୍ଗୀ, ସଂଗୀତ କୁମାରୀ ସିଂଦେଓ, ବୈଜୟନ୍ତ ପଣ୍ଡା, ବଳଭଦ୍ର ମାଝି, ଭର୍ତୃହରି ମହତାବ, ଅପରାଜିତା ଷଡଙ୍ଗୀ ଓ ବିଭୁ ପ୍ରସାଦ ତରାଇ ।

ଏମାନଙ୍କ ମଧ୍ୟରୁ ଜୁଏଲ ଓରାମ, ବୈଜୟନ୍ତ ପଣ୍ଡା, ଧର୍ମେନ୍ଦ୍ର ପ୍ରଧାନ ଓ ଅପରାଜିତା ଷଡଙ୍ଗୀଙ୍କ ନାଁ ଆଗରେ ରହିଛି । ଯଦି ଧର୍ମେନ୍ଦ୍ରଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଚୟନ କରାଯାଏ, ତେବେ ଅନ୍ୟ ତିନିଜଣଙ୍କୁ ମନ୍ତ୍ରୀ ପଦ ମିଳିପାରେ ବୋଲି ଚର୍ଚ୍ଚା ହେଉଛି । ସେହିପରି ବାଚସ୍ପତି ପଦବୀ ପାଇଁ ଭର୍ତୃହରିଙ୍କ ନାଁ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି । ତେବେ କାହାକୁ ମିଳିବ ମନ୍ତ୍ରିମଣ୍ଡଳରେ ସ୍ଥାନ,ତାହା ଜୁନ ୯ ତାରିଖ ପୂର୍ବରୁ ସ୍ପଷ୍ଟ ହୋଇଯିବ ।