କନକ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା । ଜନଜାତି ବହୁଳ ଜିଲ୍ଲାମାନଙ୍କରେ ନିୟୋଜିତ ବହୁଭାଷୀ ଶିକ୍ଷକଙ୍କ ପାରିଶ୍ରମିକ ଦଶ ହଜାର ଟଙ୍କାକୁ ବୃଦ୍ଧି । ରାଜ୍ୟର ଜନଜାତି ବହୁଳ ଜିଲ୍ଲା ମାନଙ୍କରେ ଜନଜାତି ବର୍ଗର ପିଲାମାନଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ ନିୟୋଜିତ କରାଯାଇଅଛି।

Advertisment

5-T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ସେମାନଙ୍କ ଦାବୀକୁ ସହୃଦୟତାର ସହ ବିଚାର କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ ମାନଙ୍କ ପାରିତୋଷିକ ୫୩୭୯ ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଏହାବାଦ୍ ଯୋଗ୍ୟତା ଭିତ୍ତିରେ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂଖ୍ୟାଲଘୁ ସଂପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗରେ ବହୁଭାଷୀ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।