କନକ ବ୍ୟୁରୋ : ଲଗାତାର ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହୋଇଛନ୍ତି ନରେନ୍ଦ୍ର ମୋଦୀ । ଶପଥ ଗ୍ରହଣ ପରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପୋଷ୍ଟ କରି ମୋଦୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

Advertisment

ଦେଶବାସୀଙ୍କ ସମସ୍ତ ଆଶା ଓ ଆକାଂକ୍ଷାକୁ ପୂରଣ କରିବା ଦିଗରେ ସଫଳ ହେବା ନେଇ ମୋଦୀ ଓ ତାଙ୍କ ପୂରା ଟିମକୁ ସେ ଶୁଭକାମନା ଜଣାଇଛନ୍ତି । ଏଥିସହ ଦେଶର ଉନ୍ନତି କାମନା କରିଛନ୍ତି ନବୀନ । ସେହିପରି ଓଡ଼ିଶାରୁ କେନ୍ଦ୍ର କ୍ୟାବିନେଟରେ ସ୍ଥାନ ପାଇଥିବା ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ୱିନୀ ବୈଷ୍ଣବଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ ପଟ୍ଟନାୟକ । ଦେଶବାସୀ ଓ ଓଡ଼ିଶାବାସୀଙ୍କ ପାଇଁ କାମ କରିବାକୁ କହିଛନ୍ତି ନବୀନ । ଅନ୍ୟପଟେ ନବୀନଙ୍କ ଶୁଭେଚ୍ଛାର ପ୍ରତିଉତ୍ତର ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର କହିଛନ୍ତି, ଆପଣଙ୍କ ଭଳି ଷ୍ଟେଟସମ୍ୟାନ ଉତ୍ସାହିତ କରିବା ମୋ ପାଇଁ ବହୁତ ଗୁରୁତ୍ୱ ବହନ କରେ । ବିକଶିତ ଭାରତ ଓ ବିକଶିତ ଓଡ଼ିଶା ପାଇଁ କାମ କରିବୁ ବୋଲି କହିଛନ୍ତି ଧର୍ମେନ୍ଦ୍ର । ମୋଦୀଙ୍କ ମନ୍ତ୍ରୀମଣ୍ଡଳରେ ସ୍ଥାନ ପାଇବା ପରେ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦିଲ୍ଲୀ ସ୍ଥିତ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।