ସୋର୍ ବସ ଦୁର୍ଘଟଣା ପାଇଁ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା

ସୋର୍ ବସ ଦୁର୍ଘଟଣା ପାଇଁ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା

କନକ ବ୍ୟୁରୋ: ବାଲେଶ୍ୱରର ସୋରରେ ଘଟିଥିବା ବସ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ପରେ ଏନେଇ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ଆତ୍ମୀୟଙ୍କ ପାଇଁ ଦୁଇ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।ଏହାସହିତ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ବ୍ୟକ୍ତିମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ତା ସହିତ ମୁଖ୍ୟମନ୍ତ୍ରୀ ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ସୂଚନାଯୋଗ୍ୟ ଯେ, ବସଟି ଉଦଳାରୁ ଭୁବନେଶ୍ୱର ଆସୁଥିବାବେଳେ ସୋରଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗୋଟିଏ ବସ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବାକୁ ଏହି ଦୁର୍ଘଟଣା ଘଟିଥିଲା । ବର୍ତ୍ତମାନ ସୁଦ୍ଧା ଏହି ଦୁର୍ଘଟଣାରେ ୬ ଜଣ ଲୋକ ପ୍ରାଣ ହରାଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Subscribe