କନକ ବ୍ୟୁରୋ : ଖୋର୍ଦ୍ଧାରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ଜନସଭାରେ ବିକାଶମୂଳକ କାମର ହିସାବ ଦେବା ସହ ବିଜେଡି ପ୍ରାର୍ଥୀଙ୍କୁ ଆଶୀର୍ବାଦ କରିବାକୁ ଅପିଲ କରିଛନ୍ତି ନବୀନ ପଟ୍ଟନାୟକ । ଆସନ୍ତା ଜୁଲାଇ ମାସରୁ ମାଗଣା ବିଜୁଳି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।
ଏହାସହ ବିରୋଧୀଙ୍କୁ ଟାର୍ଗେଟ କରିବାକୁ ମଧ୍ୟ ଭୁଲିନାହାନ୍ତି ନବୀନ । ବିରୋଧୀ ଏବେ ମିଛ କହୁଛନ୍ତି, ଅପପ୍ରଚାର କରୁଛନ୍ତି । ନିର୍ବାଚନ ଥିବାରୁ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ନବୀନ କହିଛନ୍ତି । କେବଳ ଏତିକି ନୁହେଁ ଖୋର୍ଦ୍ଧା ସଭାରୁ ଅପରାଜିତାଙ୍କୁ ମଧ୍ୟ ଟାର୍ଗେଟ କରିବାକୁ ଭୁଲିନାହାନ୍ତି ନବୀନ । ପୁରୀ ପରିକ୍ରମା ପ୍ରକଳ୍ପ ଓ ଏକାମ୍ର ପ୍ରକଳ୍ପକୁ ବନ୍ଦ କରିବାକୁ ଭୁବନେଶ୍ୱର ସାଂସଦ ଚେଷ୍ଟା କରିଥିଲେ ବୋଲି କହିଛନ୍ତି ନବୀନ । ତେଣୁ ଏଥର ବିଜେଡିର ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ କହିଛନ୍ତି ନବୀନ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/05/15-11.jpg)