କନକ ବ୍ୟୁରୋ: ଆଜି ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ ଦେହାନ୍ତ ହୋଇଛି । ଏହି ଖବର ପରେ ବିଭିନ୍ନ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନନ୍ଦ ସାରଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ଉଭୟ ଟ୍ୱିଟ ଜରିଆରେ ଟ୍ୱିଟ ଜରିଆରେ ଶୋକ ବ୍ୟକ୍ତ କରିଛନ୍ତି ।
ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଶିକ୍ଷକ ନନ୍ଦ କିଶୋର ପୃଷ୍ଟିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଶିକ୍ଷା କ୍ଷେତ୍ରରେ ବହୁମୂଲ୍ୟ ଅବଦାନ ଏବଂ ତାଙ୍କ ଜୀବନ ବ୍ୟାପୀ ତ୍ୟାଗ ଚିର ଆଦର୍ଶ ହୋଇରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) December 7, 2021
ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି, ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଶିକ୍ଷକ ନନ୍ଦ କିଶୋର ପୃଷ୍ଟିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଶିକ୍ଷା କ୍ଷେତ୍ରରେ ବହୁମୂଲ୍ୟ ଅବଦାନ ଏବଂ ତାଙ୍କ ଜୀବନ ବ୍ୟାପୀ ତ୍ୟାଗ ଚିର ଆଦର୍ଶ ହୋଇରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।
ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ତଥା ନନ୍ଦ ସାରଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ । ବିନା ପାରିଶ୍ରମିକରେ ତିନି ପିଢ଼ି ଧରି ନିରବଚ୍ଛିନ୍ନ ଭାବେ ଛୋଟ ଛୋଟ ପିଲାଙ୍କୁ ଶିକ୍ଷାଦାନ କରି ଆସୁଥିବା ନନ୍ଦ ସାରଙ୍କ ବିୟୋଗ କେବଳ ଓଡ଼ିଶା ନୁହେଁ ବରଂ ସମଗ୍ର ଭାରତର ଶିକ୍ଷା ସମାଜ ପାଇଁ ଅପୂରଣୀୟ କ୍ଷତି । pic.twitter.com/1ilIfEyiFf
— Dharmendra Pradhan (@dpradhanbjp) December 7, 2021
ସେହିପରି କେନ୍ଦ୍ରମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି, ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ତଥା ନନ୍ଦ ସାରଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ । ବିନା ପାରିଶ୍ରମିକରେ ତିନି ପିଢ଼ି ଧରି ନିରବଚ୍ଛିନ୍ନ ଭାବେ ଛୋଟ ଛୋଟ ପିଲାଙ୍କୁ ଶିକ୍ଷାଦାନ କରି ଆସୁଥିବା ନନ୍ଦ ସାରଙ୍କ ବିୟୋଗ କେବଳ ଓଡ଼ିଶା ନୁହେଁ ବରଂ ସମଗ୍ର ଭାରତର ଶିକ୍ଷା ସମାଜ ପାଇଁ ଅପୂରଣୀୟ କ୍ଷତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)
/kanak/media/post_attachments/wp-content/uploads/2021/12/5-10.jpg)