ରାଉରକେଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର । ବିରୋଧୀଙ୍କୁ କଲେ ଟାର୍ଗେଟ, କହିଲେ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବିରୋଧୀ ।

204

କନକ ବ୍ୟୁରୋ : ରାଉରକେଲାରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏତେ ଖରାରେ ଆସିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ । ଏହାସହ ଜନସଭାକୁ ସମ୍ବୋଧିତ କରି ନବୀନ କହିଛନ୍ତି, ଜୁଲାଇରୁ ବିଜୁଳି ବିଲ ଆସିବ ନାହିଁ । ବିଜେଡି ସରକାର ବିଜୁଳି ମାଗଣା ଦେବେ, ଆପଣ ମାନେ ଖୁସି ତ ।

ଏହାସହ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ବିରୋଧୀ ଦଳ ମିଛ କଥା କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ତେଣୁ ସେମାନଙ୍କୁ ଭରସା ନକରି ବିଜେଡି ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।