ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବାକୁ ଦିଲ୍ଲୀ ଯିବେ ନବୀନ : ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା

32

କନକ ବ୍ୟୁରୋ : ଅଟଳ ବିହାରୀ ବାଜପେୟୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ନେଇ ଏମ୍ସ ପକ୍ଷରୁ ଜାରି ହେଲା ହେଲଥ୍ ବୁଲେଟିନ । ତେବେ ଏହି ବୁଲେଟିନରେ ଗଣମାଧ୍ୟମକୁ ସୂଚନା ଦିଆଯାଇଛି ଯେ, ଅଟଳଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଏବେବି ସଙ୍କଟାପନ୍ନ ରହିଛି । ଅଟଳଙ୍କୁ ଲାଇଫ ସପୋର୍ଟ ସିଷ୍ଟମରେ ଅଟଳଙ୍କୁ ରଖାଯାଇଥିବା ସୂଚନା ମିଳିଛି । ତେବେ ମିଳିଥିବା ସୂଚନା ଅନୁସାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସ୍ୱାସ୍ଥ୍ୟବସ୍ଥା ଅତି ଗୁରୁତର ହେବାରେ ଲାଗିଛି । ବାଜପେୟୀଙ୍କୁ ଭେଟିବା ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅପରାହ୍ଣରେ ଦିଲ୍ଲୀ ଯାଉଛନ୍ତି ।  ଏ ସମ୍ପର୍କରେ ଆଜି ସଚିବାଳୟ ଠାରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ସେ ଅଟଳବିହାରୀ ବାଜପେୟୀଙ୍କ ପ୍ରଧାନମନ୍ତ୍ରୀତ୍ୱରେ ଦୁଇ ବର୍ଷ ପାଇଁ କେନ୍ଦ୍ର ସରକାରରେ କ୍ୟାବିନେଟ ମନ୍ତ୍ରୀ ଭାବେ କାର୍ୟ୍ୟ କରିଛନ୍ତି । ଏହି ସମୟରେ ସେ ଅଟଳ ବିହାରୀ ବାଜପେୟୀଙ୍କ ଉତୁଙ୍ଗ ବ୍ୟକ୍ତିତ୍ୱକୁ ନିକଟରୁ ଜାଣିବାର ସୁଯୋଗ ପାଇଥିଲେ ବୋଲି ଶ୍ରୀ ପଟ୍ଟନାୟକ କହିବା ସହିତ ତାଙ୍କ ସ୍ୱାସ୍ଥ୍ୟାବସ୍ଥାର ଶୀଘ୍ର ସୁଧାର ଆସିବ ବୋଲି ଅଶାବ୍ୟକ୍ତ କରିଛନ୍ତି ।

ସୂଚନାଯୋଗ୍ୟ ଯେ ବିଜୁ ପଟ୍ଟନାୟକଙ୍କ ପରଲୋକ ପରେ ନବୀନ ପଟ୍ଟନାୟକ ଆସ୍କା ଲୋକସଭା ଆସନରୁ ନିର୍ବାଚିତ ହୋଇ ତାଙ୍କ ରାଜନୈତିକ ଜୀବନ ଆରମ୍ଭ କରିଥିଲେ ଓ କେନ୍ଦ୍ରରେ ଅଟଳ ବିହାରୀ ବାଜପେୟୀଙ୍କ ନେତୃତ୍ୱାଧୀନ ସରକାରରେ ଖଣି ଓ ଇସ୍ପାତ ଭଳି ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରାଳୟର କ୍ୟାବିନେଟ ମନ୍ତ୍ରୀ ହୋଇଥିଲେ ।

ଗତ ୯ ସପ୍ତାହ ଧରି ଏମ୍ସରେ ଚିକିତ୍ସିତ ହେଉଥିବା ବାଜପାୟୀଙ୍କ ଅବସ୍ଥା, ବିଗତ ୨୪ ଘଂଟା ଭିତରେ ଗମ୍ଭୀର ହୋଇ ପଡ଼ିଥିବା ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି । କିଡନୀରେ ସଂକ୍ରମଣ, ଛାତି ଯନ୍ତ୍ରଣା, ପରିଶ୍ରାର ପରିମାଣ ମାତ୍ରଧିକ ଭାବରେ କମିଯିବାରୁ ଗତ ଜୁନ୍ ୧୧ରେ ବାଜପେୟୀଙ୍କ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତି କରାଯାଇଥିଲା । ସେପଟେ ବାଜପେୟୀଙ୍କ ସ୍ୱାସ୍ଥ୍ୟବସ୍ଥାରେ ଅବନତି ଖବର, ପାଇବା ପରେ ଏମ୍ସ ହସ୍ପିଟାଲରେ ନେତାଙ୍କ ଭିଡ଼ ଜମିଛି । ଆଜି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ମଧ୍ୟ ଏମ୍ସ ଯାଇ ବାଜପାୟୀଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି । ଗୃହମନ୍ତ୍ରୀ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୟ ଅଧ୍ୟକ୍ଷ ଅମିତ ଶାହା, ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ମଧ୍ୟ ଏମ୍ସସ ଯାଇ ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଢିଛନ୍ତି ।