କନକ ବ୍ୟୁରୋ: ପରୀ ମୃତ୍ୟୁ ମାମଲାରେ ଏସଆଇଟି ତଦନ୍ତ ହେବ । ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଭିଡିଓ କନଫରେନସିଂରେ ଗୃହ କାର୍ଯ୍ୟରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ପରୀ ମୃତ୍ୟୁ ଘଟଣାରେ ସେ ମର୍ମାହତ । ଏବଂ ସ୍ୱଚ୍ଛ ଓ ନିରପେକ୍ଷ ତଦନ୍ତ ଉପରେ ତାଙ୍କ ସରକାର ବିଶ୍ୱାସ କରେ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଗୃହ କାର୍ଯ୍ୟରେ ସହଯୋଗ କରିବାକୁ ବିରୋଧୀଙ୍କୁ ନିବେଦନ କରିଛନ୍ତି । ଆଜି ଗୃହ କାର୍ଯ୍ୟ ଆରମ୍ଭରୁ ପରୀ ମୃତ୍ୟୁ ମାମଲାର ଏସଆଇଟି ତଦନ୍ତ ନିର୍ଦେଶ ସହ କୃଷି ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବି କରି ବିରୋଧୀ ହଙ୍ଗାମା କରିଥିଲେ ।
'ପରୀ' ମୃତ୍ୟୁ ମାମଲାର ଏସଆଇଟି ତଦନ୍ତ ନିର୍ଦ୍ଦେଶ: ଏସଆଇଟି ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ; ଗୃହ କାର୍ଯ୍ୟରେ ସହଯୋଗ କରିବାକୁ ବିରୋଧୀଙ୍କୁ କଲେ ନିବେଦନ
Advertisment
ଆଜି ବିଧାନସଭାରେ ପୁଣି ପରୀ ମୃତ୍ୟୁକୁ ନେଇ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ବିଧାନସଭା ଗୃହରେ ପୋଷ୍ଟର, ବ୍ୟାନର ଦେଖାଇ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବି କରିଥିଲେ ବିରୋଧୀ। ଗୃହ ମଧ୍ୟଭାଗକୁ ଆସି ବିଜେପି, କଂଗ୍ରେସ ସଦସ୍ୟମାନେ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବି କରିଥିଲେ। ସେମାନେ ଏସଆଇଟି ତଦନ୍ତ କରିବା ଲାଗି ଦାବି ବି ଉଠାଇଥିଲେ। ଏହାପରେ ବାଧ୍ୟ ହୋଇ ବାଚସ୍ପତି ସାଢେ ଏଗାରଟା ଯାଏଁ ବିଧାନସଭା ମୁଲତବୀ ଘୋଷଣା କରିଥିଲେ। ଏହାଛଡ଼ା ସେ ଗୃହକୁ ସୁରୁଖୁରୁରେ ଚଳାଇବା ଲାଗି ସର୍ବଦଳୀୟ ବୈଠକ ଡାକିଥିଲେ।
ଏଣେ ‘ପରୀ’ କୁ ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଛି ବିଜେପି। ରାଜ୍ୟ କାର୍ଯ୍ୟାଳୟରୁ ବିଧାନସଭା ଅଭିମୁଖେ ବିଜେପିର ରାଲି ଚାଲିଛି । ଏସଆଇଟି ତଦନ୍ତ ସହ ଅରୁଣ ସାହୁଙ୍କ ଇସ୍ତଫା ଦାବି କରିଛି ବିଜେପି ।
Follow Us