ରାଜ୍ୟ ଜଣେ ଦକ୍ଷ ସଂଗଠକଙ୍କୁ ହରାଇଲା : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

23

କନକ ବ୍ୟୁରୋ : ବରିଷ୍ଠ କଂଗ୍ରେସ ନେତା ଲୁଲୁ ମହାପାତ୍ରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଶୋକ ବାର୍ତାରେ କହିଛନ୍ତି ସ୍ୱର୍ଗତ ଲୁଲୁ ମହାପାତ୍ରଙ୍କ ବିୟୋଗରେ ରାଜ୍ୟ ଜଣେ ଦକ୍ଷ ସଂଗଠକଙ୍କୁ ହରାଇଲା । ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଲୁଲୁଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ନବୀନ ପଟ୍ଟନାୟକ ।