ରାଉରକେଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ :  ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ପାନୀୟ ଜଳ ଆଦି ୧୪ଟି ପ୍ରକଳ୍ପ ପାଇଁ ୪ ହଜାର ୯୧୫ କୋଟି ପ୍ରକଳ୍ପର ଶୁଭାରମ୍ଭ କରିବେ ନବୀନ 

ରାଉରକେଲାରେ ଦେଶର ବଡ଼ ହକି ଷ୍ଟାଡିୟମ୍ର ହେବ ଭିତି ପ୍ରସ୍ତର ସ୍ଥାପନ

84

କନକ ବ୍ୟୁରୋ : ରାଉରକେଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱାସ୍ଥ୍ୟ,ଶିକ୍ଷା, ପରିମଳ, ପାନୀୟ ଜଳ, ବିଦ୍ୟୁତ ଯୋଗାଣ, ଦକ୍ଷତା ବିକାଶ ଭଳି ୧୪ଟି ପ୍ରକଳ୍ପର ଶୁଭାରମ୍ଭ କରିବେ । ମୋଟ ୪ ହଜାର ୯ଶହ ୧୫ କୋଟି ପ୍ରକଳ୍ପର ଶିଳନ୍ୟାସ କରିବେ । ପାନୀୟ ଜଳ ପ୍ରକଳ୍ପ ପାଇଁ ୧ ହଜାର ୬ଶହ ୧୧କୋଟି, ଜଳସେଚନ ପାଇଁ ୩ଶହ ୨୦ କୋଟି, ସ୍ୱାସ୍ଥ୍ୟସେବା ପାଇଁ ଶହେ ୧୧ କୋଟି, ରାସ୍ତାର ବିକାଶ ପାଇଁ ହଜାରେ ୬୦ କୋଟି, ଶିକ୍ଷା ପାଇଁ ୩୬୭ କୋଟି, ପରିମଳ ପାଇଁ ୨୫୦ କୋଟି, ସ୍ମାର୍ଟ ସିଟି ରାଉରକେଲା ପାଇଁ ୪୭୧ କୋଟି, ମହିଳା ଓ ଶିଶୁ ବିକାଶ ପାଇଁ ୧୩୫ କୋଟିର ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ରାଉରକେଲାରେ ଦେଶର ସବୁଠାରୁ ବଡ଼ ହକି ଷ୍ଟାଡ଼ିୟମର ଭିତିପ୍ରସ୍ତର ସ୍ଥାପନ କରିବେ ।