ନାମାଙ୍କନ ପାଇଁ ବଲାଙ୍ଗୀରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ । କଣ୍ଟାବାଞ୍ଝି ଆସନରୁ ନାମାଙ୍କନ ଭରିବେ ନବୀନ ।

87

କନକ ବ୍ୟୁରୋ : ବଲାଙ୍ଗୀର ତୁଷୁରାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଣ୍ଟାବାଞ୍ଝି ଆସନରୁ ନାମାଙ୍କନ ଦାଖଲ କରିବେ ନବୀନ ପଟ୍ଟନାୟକ । ସିଟି ହାଇସ୍କୁଲ ପଡିଆରୁ ଶୋଭାଯାତ୍ରାରେ ବାହାରି ଟିଟିଲାଗଡ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ଟିଟିଲାଗଡ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ ପରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିପାରନ୍ତି ନବୀନ ।

ଏହାପୂର୍ବରୁ ହିଞ୍ଜିଳି ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତ ନିର୍ବାଚନରେ ୨ଟି ଆସନରୁ ନିର୍ବାଚନ ଲଢୁଛନ୍ତି ନବୀନ । ହିଞ୍ଜିଳି ସମେତ କଣ୍ଟାବାଞ୍ଝି ଆସନରୁ ପ୍ରାର୍ଥୀ ହୋଇଛନ୍ତି ବିଜେଡି ସୁପ୍ରିମୋ । ୨୦୧୯ରେ ମଧ୍ୟ ୨ଟି ଆସନରୁ ପ୍ରାର୍ଥୀ ହୋଇଥିଲେ ନବୀନ । ହିଞ୍ଜିଳି ସହିତ ବିଜେପୁର ଆସନରୁ ପ୍ରାର୍ଥୀ ହୋଇଥିଲେ ନବୀନ । ଉଭୟ ଆସନରେ ବିଜୟ ହାସଲ କରିବା ପରେ ହିଞ୍ଜିଳି ଆସନ ରଖି ବିଜେପୁର ଆସନ ଛାଡିଥିଲେ ନବୀନ । ଚଳିତ ଥର ନବୀନ ୨ଟି ଆସନରୁ ନିର୍ବାଚନ ଲଢୁଥିବା ଉଭୟ ଆସନରେ ବିଜେଡି ଏକତରଫା ବିଜୟ ହାସଲ କରିବ ବୋଲି କର୍ମୀ ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ।