କନକ ବ୍ୟୁରୋ : ସମ୍ବଲପୁରରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ରାଜ୍ୟ ସରକାର ଆଣିଥିବା ବିଭିନ୍ନ ଯୋଜନା ଭଲ କି ନାହିଁ ବୋଲି ପଚାରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି ସରକାର ମାଗଣା ବିଜୁଳି ଦେବେ । ଜୁଲାଇ ମାସରୁ ବିଜୁଳି ବିଲ୍ ଆସିବ ନାହିଁ ।
ଏହାସହ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ବିରୋଧୀ ଦଳର ନେତା ମିଛ କହୁଛନ୍ତି । କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ତେଣୁ ସେମାନଙ୍କୁ ବିଶ୍ୱାସ ନ କରି ବିଜେଡି ପ୍ରାର୍ଥୀଙ୍କୁ ଭରସିବା ସହ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତ ନିର୍ବାଚନରେ ସମ୍ବଲପୁରରେ ସାଂସଦ ପ୍ରାର୍ଥୀ ଭାବେ ମୈଦାନକୁ ଓହ୍ଲାଇଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ଏହାପୂର୍ବରୁ ପ୍ରଣବଙ୍କ ନାମାଙ୍କନପତ୍ର ଦାଖଲ ଦିନ ମଧ୍ୟ ତାଙ୍କର ବିଜୟ ପାଇଁ ଶୁଭେଚ୍ଛା ଜଣାଇଥିଲେ ନବୀନ ପଟ୍ଟନାୟକ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/05/Screen-Shot-2024-05-17-at-12.07.37-PM.png)