ଦିନିକିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ : ଜି-୨୦ ଅଧ୍ୟକ୍ଷତା ନେଇ ପ୍ରଧାନମନ୍ତ୍ରୀଙ୍କ ବୈଠକରେ ଯୋଗ ଦେବେ

99

କନକ ବ୍ୟୁରୋ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆଦିଲ୍ଲୀ ଗସ୍ତରେ ଯିବେ । ଜି-୨୦ ଅଧ୍ୟକ୍ଷତାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏକ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବେ । ମଙ୍ଗଳବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିବେ ବୋଲି ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ୨୦୨୩ ନଭେମ୍ବର ମାସ ସୁଦ୍ଧା ଜି-୨୦ର ୨୧୫ଟି ବୈଠକ ଭାରତରେ ଆୟୋଜିତ ହେବ । ଏଥିପାଇଁ ୫୫ଟି ସ୍ଥାନ ଚିହ୍ନଟ କରାଯାଇଛି । ୟୁନେସ୍କୋ ବିଶ୍ୱ ଐତିହ୍ୟ ତାଲିକାରେ ସ୍ଥାନ ପାଇଥିବା ୪ଟି କୀର୍ତିରାଜି ନିକଟରେ ୫ଟି ବୈଠକ କରାଯିବ । ଏହା ମଧ୍ୟରେ କୋଣାର୍କ ସୂର୍ଯ୍ୟ ମନ୍ଦିର ସ୍ଥାନ ପାଇଛି ।