ନୟାଗଡ ପରୀ ହତ୍ୟା ଘଟଣା: ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ କଲା କ୍ରାଇମବ୍ରାଂଚ ଏସଆଇଟି; ତଦନ୍ତର ଅଗ୍ରଗତି ନେଇ ଷ୍ଟାଟସ ରିପୋର୍ଟ ଦାଖଲ

Advertisment
ନୟାଗଡ ପରୀ ହତ୍ୟା ଘଟଣା: ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ କଲା କ୍ରାଇମବ୍ରାଂଚ ଏସଆଇଟି; ତଦନ୍ତର ଅଗ୍ରଗତି ନେଇ ଷ୍ଟାଟସ ରିପୋର୍ଟ ଦାଖଲ

କନକ ବ୍ୟୁରୋ: ନୟାଗଡ ପରୀ ମୃତ୍ୟୁ ମାମାଲାରେ ହାଇକୋର୍ଟରେ ଆଜି ଶୁଣାଣି ହୋଇଛି । ଏ ନେଇ ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ କରିଛିି କ୍ରାଇମବ୍ରାଂଚ ଏସଆଇଟି । ମାମଲାର ପରବର୍ତୀ ଶୁଣାଣି ଆସନ୍ତା ୨୪ ତାରିଖରେ ହେବ । ଚାରିଆଡୁ ବିରୋଧ ପ୍ରଦର୍ଶନ ହେବା ପରେ ସରକାର କ୍ରାଇମବ୍ରାଂଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ । କ୍ରାଇମବ୍ରାଂଚ ଏସଆଇଚି ପକ୍ଷରୁ ଅରୁଣ ବୋଥ୍ରା ନୟାଗଡର ଯଦୁପୁରକୁ ଯାଇ ତଦନ୍ତ କରିବା ସହ କିଛି ଲୋକଙ୍କୁ ପଚରାଉଚରା କରିଥିଲେ । ଏପରିକି ଯଦୁପୁର ଗାଁର ୧୫ରୁ ୩୦ ବର୍ଷ ବୟସ୍କ ୨୮ ଯୁବକଙ୍କ ରକ୍ତ ନମୁନା ସଂଗ୍ରହ କରିଥିଲା ଏସଆଇଟି ।

publive-image

ବହୁଚର୍ଚ୍ଚିତ ନୟାଗଡ଼ ପରୀ ହତ୍ୟାକାଣ୍ଡ ମାମଲାରେ ତଦନ୍ତର ଷ୍ଟାଟସ୍ ରିପୋର୍ଟ ଆଜି ହାଇକୋର୍ଟରେ ରାଜ୍ୟ ସରକାର ଦାଖଲ କରିଛନ୍ତି। ଏଥିସହିତ ଏହି ମାମଲାର ଏସଆଇଟି ତଦନ୍ତ ଚାଲିଛି ଓ ତଦନ୍ତ ସାରିବାକୁ ଅଧିକ ସମୟ ଲୋଡା ବୋଲି ସରକାରଙ୍କ ପକ୍ଷରୁ ଦର୍ଶଯାଇଛି। ହାଇକୋର୍ଟ ଆଜି ତଦନ୍ତର ଅଗ୍ରଗତି ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଅଭିଯୁକଙ୍କ ଗିରଫଦାରୀ ଓ ତ୍ୱରିତ ତଦନ୍ତ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୪ ତାରିଖରେ ହେବ। ପରବର୍ତ୍ତୀ ଶୁଣାଣି ସମୟରେ ବନ୍ଦ ଲଫାପାରେ ତଦନ୍ତର ଷ୍ଟାଟସ୍ ରିପୋର୍ଟ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।  ଆଜି ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍ ଓ ଡକ୍ଟର ଜଷ୍ଟିସ ବି.ଆର୍. ଷଡ଼ଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ପଦ୍ମାଳୟା ମହାପାତ୍ର ଓ ଭାରତୀୟ ବିକାଶ ପରିଷଦ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ ଯେ ପରୀ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ପ୍ରସଂଗ ନେଇ ହାଇକୋର୍ଟରେ ଦୁଇଟି ଜନସ୍ବାର୍ଥ ମାମଲା ଦାୟର ହୋଇଥିଲା। ଗୋଟିଏ ଆଇନଜୀବୀ ପଦ୍ମାଳୟା ମହାପାତ୍ର ଦାୟର କରିଥିବା ବେଳେ ଅନ୍ୟଟି ଭାରତୀୟ ବିକାଶ ପରିଷଦ ରୁଜୁ କରିଥିଲା। ଉଭୟ ମାମଲାରେ ସିବିଆଇ ତଦନ୍ତ ପାଇଁ ଦାବି କରାଯାଇଛି। ଆଇନଜୀବୀ ମହାପାତ୍ରଙ୍କ ପକ୍ଷରୁ ଦାୟର ଆବେଦନରେ ଦର୍ଶାଯାଇଛି ଯେ ୨୦୨୦, ଜୁଲାଇ ୨୦ରେ ଗାଁ ଦାଣ୍ଡରେ ଖେଳୁଥିବା ବେଳେ ପରୀ ନିଖୋଜ ହୋଇଯାଇଥିଲା। ଜୁଲାଇ ୨୩ରେ ଘର ପଛପଟୁ ଶିଶୁଟିର କେତେ ଖଣ୍ଡ ହାଡ଼ ମିଳିଥିଲା। ରାଜନୈତିକ ନେତାଙ୍କ ଚାପରେ ପୁଲିସ ଅଭିଯୁକ୍ତଙ୍କୁ ଘଣ୍ଟ ଘୋଡୋଉଛି। ପୁଲିସ ଚାପରେ ରହିଛି। ଏହି ଘଟଣାର ତଦନ୍ତକୁ ହାଇକୋର୍ଟ ନିଜେ ତଦାରଖ କରନ୍ତୁ। ନଚେତ ସିବିଆଇ ବା ଅନ୍ୟ ସ୍ବାଧୀନ ଏଜେନ୍ସିକୁ ତଦନ୍ତ ଭାର ହସ୍ତାନ୍ତର କରାଯାଉ। ପୀଡିତ ପରିବାରକୁ ସୁରକ୍ଷା ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଉ ବୋଲି ଆବେଦନରେ ଉଲ୍ଲେଖ କରାଯାଇଛି।

ସେହିଭଳି ଭାବେ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଦାୟର ମାମଲାରେ ଦର୍ଶାଯାଇଛି ଯେ ପୁଲିସ ଉପରେ ଆସ୍ଥା ନାହିଁ। ଓଡ଼ିଶାର ସାରା ଲୋକଙ୍କ ଆଉ ପୁଲିସ ତଦନ୍ତ ଉପରେ ଭରସା ନାହିଁ। ଘଟଣାର ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଉ। ଏଥି ସହିତ ପରୀର ବାପା-ମା’ଙ୍କୁ ୨୫ ଲକ୍ଷ ଟଙ୍କା ରାଜ୍ୟ ସରକାର କ୍ଷତିପୂରଣ ପ୍ରଦାନ କରନ୍ତୁ ବୋଲି ଆବେଦନରେ ଉଲ୍ଲେଖ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe