ଏନିସିଆରଟିର ୭ ଜଣିଆ କମିଟିର ସୁପାରିଶ । ପାଠ୍ୟପୁସ୍ତକରେ ଅନ୍ତର୍ଭୁକ୍ତ ହେଉ ରାମାୟଣ, ମହାଭାରତ

60

କନକ ବ୍ୟୁରୋ : ପାଠ୍ୟପୁସ୍ତକରେ ଅନ୍ତର୍ଭୁକ୍ତ ହୋଇପାରେ ରାମାୟଣ, ମହାଭାରତ । ଏନେଇ ଏନସିଇଆରଟିର ୭ ଜଣିଆ କମିଟି ସୁପାରିଶ କରିଛି । ସପ୍ତମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ରାମାୟଣ ଓ ମହାଭାରତ ଶିକ୍ଷା ଦେବାକୁ ଗୁରୁତ୍ୱ ଦିଆଯାଇଛି । ସାମାଜିକ ବିଜ୍ଞାନ ପାଠ୍ୟକ୍ରମରେ ସ୍ଥାନ ଦେବାକୁ ସୁପାରିଶ କରାଯାଇଛି । ଜାତୀୟ ଶିକ୍ଷା ଗବେଷଣା ଓ ତାଲିମ ପରିଷଦ ବା ଏନ୍ସିଇଆରଟିର ୭ଜଣିଆ କମିଟି ପାଠ୍ୟପୁସ୍ତକରେ ରାମାୟଣ ଓ ମହାଭାରତକୁ ଅର୍ନ୍ତଭୁକ୍ତ କରିବା ଲାଗି ସୁପାରିଶ କରିଛି । ଏହାସହ ଶ୍ରେଣୀ ଗୃହ କାନ୍ଥରେ ସମ୍ବିଧାନର ମୁଖବନ୍ଧ ମଧ୍ୟ ଲେଖାଯିବାକୁ ପରାମର୍ଶ ଦିଆଯାଇଥିବା କମିଟିର ଅଧ୍ୟକ୍ଷ ସିଆଇ ଆଇଜାକ କହିଛନ୍ତି । ୭ଜଣିଆ କମିଟିର ସୁପାରିଶକୁ ଏବେ ଜାତୀୟ ସିଲାବସ ଏବଂ ଶିକ୍ଷାଦାନ, ଶିକ୍ଷା ସାମଗ୍ରୀର ବିକାଶ ପାଇଁ ଗଠିତ ୧୯ଜଣିଆ କମିଟି ନିକଟକୁ ପଠାଯିବ । କମିଟି ଦ୍ୱାରା ଏହାର ସମୀକ୍ଷା ପରେ ଚୂଡାନ୍ତ ନିଷ୍ପତି ନିଆଯିବ । ରାମାୟଣ ଓ ମହାଭାରତ ଗ୍ରନ୍ଥର ବିଷୟବସ୍ତୁକୁ ସାମାଜିକ ବିଜ୍ଞାନ ସିଲାବସରେ ସ୍ଥାନିତ କରାଗଲେ ଏହା ଅତ୍ୟନ୍ତ ଫଳପ୍ରଦ ହୋଇପାରିବ ବୋଲି କମିଟି କହିଛି ।