କରୋନା ସଙ୍କଟକୁ ନେଇ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ମୋଦି । ଟେଷ୍ଟିଂ, ଟ୍ରାକିଂ ଓ ଟ୍ରିଟମେଣ୍ଟ ଉପରେ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱ ।

389

କନକ ବ୍ୟୁରୋ : ଦେଶର ବିଭିନ୍ନ ରାଜ୍ୟରେ ପୁଣି କରୋନାର ଦ୍ୱିତୀୟ ଲହର ଦେଖାଦେଇଛି । ମହାରାଷ୍ଟ୍ର ଓ ଗୁଜରାଟର ସୁରଟ ସମେତ କିଛି ସହରରେ ଆଜିଠାରୁ ନାଇଟକର୍ଫ୍ୟୁ ଜାରି ହୋଇଛି । କରୋନା ସଙ୍କଟ ଭିତରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିରେ ଟେଷ୍ଟିଂ ବଢାଇବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି । ବିଶେଷକରି ଟେଷ୍ଟିଙ୍ଗ, ଟ୍ରାକିଙ୍ଗ ଓ ଟ୍ରିଟମେଂଟ ଉପରେ ଗୁରୁତ୍ୱ ଦେଇଛନ୍ତି ନରେନ୍ଦ୍ର ମୋଦି ।

ଏହାସହ ମହାରାଷ୍ଟ୍ର, ପଞ୍ଜାବ, କେରଳ ଭଳି ରାଜ୍ୟରେ ବଢୁଥିବା ମାମଲା ନେଇ ସେ ଚିନ୍ତା ପ୍ରକଟ କରିଛନ୍ତି । ନରେନ୍ଦ୍ର ମୋଦି କହିଛନ୍ତି, ଦେଶର କିଛି ରାଜ୍ୟରେ ହଠାତ କରୋନା ମାମଲା ବଢୁଛି । ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶ ଭଳି ରାଜ୍ୟରେ ପଜିଟିଭ ରେଟ୍ ବଢିଛି । ତେଣୁ ଏହାକୁ ରୋକାନଗଲେ ଦେଶବ୍ୟାପୀ ଖରାପ ପ୍ରଭାବ ପଡିପାରେ ବୋଲି ସେ ଚେତାଇ ଦେଇଛନ୍ତି । ଆରଟିପିସିଆର ଟେଷ୍ଟିଂ ବଢାଇବା ଉପରେ ବି ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ସେହିଭଳି ଟିକାକରଣ ଉପରେ ବି ସେ ଗୁରୁତ୍ୱ ଦେଇଛନ୍ତି ।