କନକ ବ୍ୟୁରୋ: ଭୁବନେଶ୍ୱରରେ ମାଡ଼ି ଚାଲିଛି ଭୂତାଣୁ । ପୁଣି ଚିହ୍ନଟ ହେଲେ ୧୦୧ ପଜିଟିଭ୍ । ଯେଉଁଥିରେ ଲୋକାଲ୍ କେସ୍ ୪୯ ରହିଥିବାବେଳେ ସଙ୍ଗରୋଧ କେନ୍ଦ୍ରରୁ ମଧ୍ୟ ୫୨ଟି କୋଭିଡ୍ ମାମଲା ଆସିଛି ।
ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ ସଂକ୍ଷିପ୍ତ ସୂଚନା ଜାରି କରିଛି ବିଏମସି...
Update on newly detected & cured #COVID19 cases in the last 24 hrs under the BMC area on 7th Aug 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/w8LLZK9zkU— BMC (@bmcbbsr) August 7, 2020
ଅନ୍ୟପଟେ ରାଜଧାନୀବାସୀଙ୍କୁ ଆଶ୍ୱସ୍ତିକର ଖବର କି , ଆଉ ୧୦୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୫୭୩ଟି ପଜିଟିଭ୍ କେସ୍ ଚିହ୍ନଟ ହୋଇଥିବା ବେଳେ ସକ୍ରିୟ କେସ୍ ୧୨୯୬ ରହିଛି । ସେହିଭଳି ୨୨୫୭ ଜଣ ସୁସ୍ଥ ହୋଇଥିବାବେଳେ ୧୮ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରଶାସନ ସୂଚନା ଦେଇଛି ।