୨୨ଟି ଜିଲ୍ଲାରୁ ନୂଆ ୨୦୬ କରୋନା ପଜିଟିଭ୍ ଚିହ୍ନଟ । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ଟପିଲା । କ୍ୱାରେଣ୍ଟାଇନ ସେଣ୍ଟରରୁ ୧୯୨ ଓ ସ୍ଥାନୀୟ ଅଞ୍ଚଳରୁ ୧୪ ଚିହ୍ନଟ । ମାଲକାନଗିରିରେ ସର୍ବାଧିକ ୩୬ ପଜିଟିଭ ଚିହ୍ନଟ ।

Advertisment
୨୨ଟି ଜିଲ୍ଲାରୁ ନୂଆ ୨୦୬ କରୋନା ପଜିଟିଭ୍ ଚିହ୍ନଟ । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା  ୭ ହଜାର ଟପିଲା । କ୍ୱାରେଣ୍ଟାଇନ ସେଣ୍ଟରରୁ ୧୯୨ ଓ ସ୍ଥାନୀୟ ଅଞ୍ଚଳରୁ ୧୪ ଚିହ୍ନଟ । ମାଲକାନଗିରିରେ ସର୍ବାଧିକ ୩୬ ପଜିଟିଭ ଚିହ୍ନଟ ।

କନକ ବ୍ୟୁରୋ : ରାଜ୍ୟରେ ଆଉ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ । ଫଳରେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୦୬୫ରେ ପହଞ୍ଚିଲା । ଆଜି ଆକ୍ରାନ୍ତଙ୍କ ମଧ୍ୟରୁ ୧୯୨ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ଡେଇଁଲା । ୨୪ ଘଣ୍ଟାରେ ମୋଟ୍ ୨୨ ଜିଲ୍ଲାରୁ ଆଜି ଚିହ୍ନଟ ୨୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ ଜଣେ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା କର୍ମଚାରୀ ଥିବା ଜଣାଯାଇଛି।

ତେବେ ଆଜି ମାଲକାନଗିରିରୁ ସର୍ବାଧିକ ୩୬ ଜଣ ପଜିଟିଭ୍ ବାହରିଛନ୍ତି । ସେହିପରି ଅନୁଗୁଳରୁ ୬, ବାଲେଶ୍ୱରରୁ ୫, ଭଦ୍ରକରୁ ୪, ବଲାଙ୍ଗୀରରୁ ୧୬, ବୌଦ୍ଧରୁ ୧, କଟକରୁ ୧୭, ଦେବଗଡରୁ ୧୫, ଢେଙ୍କାନାଳରୁ ୪, ଗଞ୍ଜାମରୁ ୩, ଜଗତସିଂହପୁରରୁ ୧୭, ଯାଜପୁରରୁ ୨୮, ଝାରସୁଗୁଡାରୁ ୩, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୬, ଖୋର୍ଦ୍ଧାରୁ ୭, କୋରାପୁଟରୁ ୧୮, ମୟୂରଭଞ୍ଜ-୭, ନୟାଗଡରୁ ୧, ପୁରୀରୁ ୧, ସମ୍ବଲପୁରରୁ ୪, ସୁନ୍ଦରଗଡରୁ ୨ ଚିହ୍ନଟ ହୋଇଛନ୍ତି ।

ଏବେ ରାଜ୍ୟରେ ମୋଟ୍ ୪୯୪୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୮୭ ରହିଛି । ଅପରପକ୍ଷରେ ୨୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । କରୋନା ବ୍ୟତୀତ ଅନ୍ୟ ରୋଗରେ ୭ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe